Posted inଖେଳ

ଜୋଶୁଆ ଡି’ସିଲ୍‌ଭାଙ୍କ ଶତକ

ମାଞ୍ଚେଷ୍ଟର, ୩।୭-
କରୋନା ଭାଇରସ ସଂକ୍ରମଣ ଜନିତ ଅନ୍ତର୍ଜାତୀୟ କ୍ରିକେଟ ପ୍ରଭାବିତ ହେବାପରେ ପ୍ରଥମ ଶତକ ହାସଲ କରିଛନ୍ତି ଓ୍ବେଷ୍ଟଇଣ୍ଡିଜର ଜୋଶୁଆ ଡି’ସିଲ୍‌ଭା। ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ପୂର୍ବରୁ ଏଠାରେ ଓ୍ବେଷ୍ଟଇଣ୍ଡିଜ ଦଳର ଓ୍ବାର୍ମଅପ୍‌ ମ୍ୟାଚ ଚାଲିଛି। ଓ୍ବେଷ୍ଟଇଣ୍ଡିଜ ଦଳର ଖେଳାଳିମାନେ ଦୁଇଭାଗ ହୋଇ ଖେଳୁଛନ୍ତି। ହୋଲ୍ଡର ଏକାଦଶ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଜୋଶୁଆ ଶତକ ହାସଲ କରି ନିଜ ଦଳକୁ ସମ୍ମାନଜନକ ସ୍ଥିତିରେ ରଖିଛନ୍ତି। ସେ ୨୪୮ ବଲ୍‌ରୁ ୧୭ ଚୌକା ସହାୟତାରେ ୧୩୩ ରନ କରି ଅପରାଜିତ ରହିବାରୁ ହୋଲ୍ଡର ଏକାଦଶ ପ୍ରଥମ ଇନିଂସରେ ୨୭୨ ରନ କରିଛି। ପ୍ରତିପକ୍ଷ ବ୍ରାଥ୍‌ଓ୍ବେଟ ଏକାଦଶର ବୋଲରମାନେ ଦ୍ୱିତୀୟ ସର୍ବାଧିକ ୪୩ ରନ ଅତିରିକ୍ତ ଭାବେ ଦେଇଛନ୍ତି। ଜବାବରେ ବ୍ରାଥଓ୍ବେଟ ଏକାଦଶ ଖବର ମିଳିବା ବେଳକୁ ୧୧୨ ରନ ମଧ୍ୟରେ ୭ ଉଇକେଟ ହରାଇଛି। କାୟଲ ମେୟର୍ସ ସର୍ବାଧିକ ୪୦ ରନକରି ଅପରାଜିତ ରହିଛନ୍ତି। ହୋଲ୍ଡର ଏକାଦଶର ଶାନନ ଗାବ୍ରିଏଲ ୩୪ ରନ ଦେଇ ୩ଟି ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri