Posted inଜାତୀୟ

କ୍ୟାମେରା ଆଗରେ ସ୍ତ୍ରୀଙ୍କ ସହ ମିଶି ବିଷ ପିଇଦେଲେ ସାମ୍ବାଦିକ: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ପିଲିଭିଟ୍‌,୩୧ା୫:ଉତ୍ତରପ୍ରଦେଶର ବିସାଲପୁର ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଏମ୍‌), ବାରଖେଡ଼ା ନଗର ପଞ୍ଚାୟତ ଅଧ୍ୟକ୍ଷ ଏବଂ ଜଣେ ଠିକାଦାରଙ୍କ ଉତ୍ପୀଡ଼ନରେ ଅତିଷ୍ଠ ହୋଇ ଜଣେ ସ୍ଥାନୀୟ ଖବରଦାତା ଓ ତାଙ୍କ ସ୍ତ୍ରୀ କ୍ୟାମେରା ସମ୍ମୁଖରେ ବିଷ ପିଇଛନ୍ତି। ସୋସିଆଲ ମିଡିଆରେ ଉକ୍ତ ଭିଡିଓ ପୋଷ୍ଟ କରି ଖବରଦାତା ଇସ୍ରାର ଅଭିଯୋଗ କରିଛନ୍ତି, ଏସ୍‌ଡିଏମ୍‌ ନାଗେନ୍ଦ୍ର ପାଣ୍ଡେ, ନଗର ପଞ୍ଚାୟତ ଅଧ୍ୟକ୍ଷ ଶ୍ୟାମବିହାରୀ ଭୋଜଓବାଲ ଏବଂ ଠିକାଦାର ମୋଇନ ହୁସେନ୍‌ ହଇରାଣ କରୁଥିବାରୁ ସେମାନେ ଏଭଳି ଚରମ ପଦକ୍ଷେପ ନେବାକୁ ବାଧ୍ୟ ହେଲେ। ସେମାନଙ୍କୁ ତୁରନ୍ତ ଜିଲା ହସ୍ପିଟାଲକୁ ନିଆଯାଇଥିଲା। ଇସ୍ରାର ବିପଦମୁକ୍ତ ଥିବାବେଳେ ତାଙ୍କ ସ୍ତ୍ରୀ ଗୁରୁତର ରହିଥିବା ଜଣେ ଅଧିକାରୀ କହିଛନ୍ତି। ଅଭିଯୋଗ ଅନୁଯାୟୀ, ବରଖେଡ଼ା ନଗର ପଞ୍ଚାୟତର ଦୁର୍ନୀତି ସମ୍ପର୍କରେ ଇସ୍ରାର ଖବର ପ୍ରକାଶ କରିବାରୁ ତାହା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦୃଷ୍ଟିକୁ ଆସିଥିଲା। ଏହା ପରେ ତାଙ୍କ ଉପରେ ନିର୍ଯାତନା ଆରମ୍ଭ ହୋଇଯାଇଥିଲା ବୋଲି ଇସ୍ରାର କହିଛନ୍ତି। ହୁସେନ୍‌ ଭୋଜଓ୍ବାଲ ଓ ପାଣ୍ଡେ କ୍ରମାଗତ ଭାବେ ତାଙ୍କ ପରିବାରକୁ ଧମକଦେବା ସହ ମିଛ ମାମଲା ଲଗାଇଥିଲେ। ବିଷ ପିଇ ଆମେ ଜୀବନ ଦେବାକୁ ଯାଉଛୁ, ଯୋଗୀଜୀ ଆମକୁ ନ୍ୟାୟ ଦରକାର ବୋଲି ଇସ୍ରାର ଭିଡିଓରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?