ଦୁର୍ଘଟଣାରେ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର,୬।୩(ବ୍ୟୁରୋ): ଖଣ୍ଡଗିରିରେ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜିତେନ୍ଦ୍ର ପ୍ରସାଦ ଦାସ (୪୨)। ତାଙ୍କ ଘର କେନ୍ଦ୍ରାପଡ଼ା ମହାକାଳପଡ଼ା ଥାନା ଅଧୀନ ଅନ୍ଦୁଳିରେ। ସେ ପ୍ରମେୟ ଖବରକାଗଜର ବରିଷ୍ଠ ସହ ସମ୍ପାଦକ ଭାବେ କାର୍ଯ୍ୟ କରୁଥିଲେ।
ଜିତେନ୍ଦ୍ର ଶନିବାର ରାତିରେ ଖଣ୍ଡଗିରି ପାହାଡ଼ ପଛପାର୍ଶ୍ୱରେ ଥିବା ଓଏସ୍‌ଆର୍‌ଟିସି ବସ୍‌ ଡିପୋ ସମ୍ମୁଖରେ ଚାଲି ଚାଲି ଯାଉଥିଲେ। ଏହି ସମୟରେ ଆମ୍ରି ହସ୍ପିଟାଲ ଆଡୁ ବାଇକ୍‌ରେ ଆସୁଥିବା ଡାକ୍ତର ରଶ୍ମିକାନ୍ତ ମିଶ୍ର ତାଙ୍କୁ ପଛପଟୁ ଧକ୍କା ଦେଇଥିଲେ। ଫଳରେ ଜିତେନ୍ଦ୍ର ଛିଟିକି ପଡ଼ିବାରୁ ତାଙ୍କ ମୁଣ୍ଡ ରାସ୍ତା ପାର୍ଶ୍ୱ ଡିଭାଇଡରରେ ପିଟି ହୋଇ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ଜିତେନ୍ଦ୍ରଙ୍କୁ ଆମ୍ରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ଜିତେନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଭରତପୁର ଥାନା ପୋଲିସ ହସ୍ପିଟାଲକୁ ଯାଇ ତଦନ୍ତ କରିବା ସହ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?