Posted inଜାତୀୟ

ସିଦ୍ଦିକି କାପ୍ପାନଙ୍କୁ ଜାମିନ

ନୂଆଦିଲ୍ଲୀ,୧୦।୯: ଉତ୍ତରପ୍ରଦେଶରେ ପ୍ରାୟ ୨ ବର୍ଷ ହେଲା ଜେଲ୍‌ରେ ଥିବା କେରଳ ସାମ୍ବାଦିକ ସିଦ୍ଦିକି କାପ୍ପାନଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଜାମିନ ମଞ୍ଜୁର କରିଛନ୍ତି। ଅଭିବ୍ୟକ୍ତି ସ୍ବାଧୀନତା ପ୍ରତ୍ୟେକଙ୍କର ରହିଥିବା ସର୍ବୋଚ୍ଚ ଅଦାଲତ ଏହି ଅବସରରେ କହିଛନ୍ତି। ଉତ୍ତରପ୍ରଦେଶର ହାଥରାସରେ ଜଣେ ୧୯ ବର୍ଷୀୟା ଯୁବତୀ ଗଣବଳାତ୍କାର ଓ ହତ୍ୟା ମାମଲାର ଖବର ସଂଗ୍ରହ କରିବା ପାଇଁ ଯାଉଥିବାବେଳେ ବାଟରେ ପୋଲିସ କାପ୍ପାନଙ୍କୁ ଗିରଫ କରିଥିଲା। ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ତାଙ୍କ ବିରୋଧରେ ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ (ୟୁଏପିଏ)ରେ ମାମଲା ରୁଜୁ ହୋଇଥିଲା। ଆଗାମୀ ୬ ସପ୍ତାହ ପାଇଁ କାପ୍ପାନ ଦିଲ୍ଲୀ ପୋଲିସ ନିକଟରେ ରିପୋର୍ଟ କରିବେ। ତାଙ୍କୁ ୩ ଦିନରେ ତଳକୋର୍ଟରେ ହାଜର କରିବା ସହ ପାସ୍‌ପୋର୍ଟ ଦାଖଲ ପାଇଁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି।
ହାଥରାସରେ ଆଇନ ଶୃଙ୍ଖଳା ସୃଷ୍ଟି ଉଦ୍ୟମ କରୁଥିବା ଅଭିଯୋଗରେ ୟୁପି ପୋଲିସ ମାଲୟାଲମ ନ୍ୟୁଜ୍‌ ପୋର୍ଟାଲ ଆଝିମୁଖମ୍‌ର ଖବରଦାତା କାପ୍ପାନଙ୍କୁ ଗିରଫ କରିଥିଲା। ତାଙ୍କର ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ସହ ସମ୍ପୃକ୍ତି ଥିବା ପୋଲିସ ଅଭିଯୋଗ କରିଥିଲା। ଅନ୍ୟପକ୍ଷରେ ତାଙ୍କୁ ଜାଣିଶୁଣି ଫସାଇ ଦିଆଯାଇଥିବା ଖବରଦାତା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri