ସାମ୍ବାଦିକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

ପାପଡାହାଣ୍ଡି,୩୦।୮(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଠାରେ ଜଣେ ସାମ୍ବାଦିକଙ୍କୁ ଛୁରାମାଡ଼ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଛୁରାମାଡ଼ରେ ସାମ୍ବାଦିକ ସୁମିତ ଘଣ୍ଟ ଗୁରୁତର ହୋଇ ବିଶାଖାପାଟଣା ମେଡିକାଲ ସ୍ଥାନାନ୍ତର ହୋଇଛନ୍ତି। ସୂଚନା ଅନୁଯାୟୀ ପାପଡାହାଣ୍ଡି ଗ୍ରାମର ନବରଙ୍ଗପୁର ଜିଲା ଅର୍ଗସ ପ୍ରତିନିଧି ସୁମିତ କୁମାର ଘଣ୍ଟ ଗତକାଲି ରାତ୍ରି ୧୧ରେ ନବରଙ୍ଗପୁରରୁ ଫେରି ବଙ୍କା ସାହି ନିକଟରେ ସାଥି ଖବର ଦାତା ସୁଶାନ୍ତ ବେହେରାଙ୍କ ସହ ଛିଡା ହୋଇଥିବା ସମୟରେ ହରେକୃଷ୍ଣ ବେହେରା ନାମକ ଜଣେ ନିଶାଶକ୍ତ ଯୁବକ ଖବର ଦାତା ସୁମିତ ଘଣ୍ଟକୁ କୌଣସି କାରଣରୁ ଛୁରି ଓ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ତାଙ୍କ ପେଟ, ପିଠି ଓ ହାତରେ ଆଘାତ ଲାଗିଥିଲା। ଏଥିରେ ଗୁରୁତର ସୁମିତକୁ ଗ୍ରାମବାସୀ ଉଦ୍ଧାର କରି ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବାରୁ ତାଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବିଶାଖାପାଟଣା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri