ଦୁଇ ଖବରଦାତାଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ,୮।୧୦: ଚଳିତବର୍ଷ ଦୁଇ ଖବରଦାତାଙ୍କୁ ମିଳିତ ଭାବେ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଛି। ସେମାନେ ହେଲେ ମାରିଆ ରେସା ଓ ଦିମିତ୍ରି ମୁରାତୋଭ। ବାକ ସ୍ବାଧୀନତା ପାଇଁ ଉଭୟ ଖବରଦାତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ଦିଆଯିବ।
ମାରିଆ ରେସା
ଆମେରିକୀୟ ଖବରଦାତା ମାରିଆ ରେସା, ନ୍ୟୁଜ ସାଇଟ ରାପଲର ସହ-ପ୍ରତିଷ୍ଠାତା ଅଟନ୍ତି। କ୍ଷମତାର ଅପବ୍ୟବହାର, ହିଂସା ଏବଂ ଫିଲିପାଇନ୍ସରେ ଏକଛତ୍ରବାଦୀ ଶାସନର ବଢୁଥିବା ବିପଦ ସମ୍ପର୍କରେ ପ୍ରକାଶ ପାଇଥିବାରୁ ତାଙ୍କୁ ଅତୀତରେ ସମ୍ମାନିତ କରାଯାଇଛି। ଅଭିବ୍ୟକ୍ତିର ସ୍ବାଧୀନତା କ୍ଷେତ୍ରରେ ତାଙ୍କର ଭୂମିକାକୁ ପ୍ରଶଂସା କରି ନୋବେଲ କମିଟି ତାଙ୍କୁ ଏହି ସମ୍ମାନର ଯୋଗ୍ୟ ବୋଲି କହିଥିଲେ।
ଦିମିତ୍ରି ମୁରାତୋଭ
ଏହା ବ୍ୟତୀତ ରୁଷିଆର ଦିମିତ୍ରି ମୁରାତୋଭଙ୍କୁ ନୋବେଲ ଶାନ୍ତି ପୁରସ୍କାର ମଧ୍ୟ ଘୋଷଣା କରାଯାଇଥିଲା। ସେ ସ୍ବାଧୀନ ରୁଷିଆର ଖବରକାଗଜ ନୋଭାଜା ଗାଜେଟାର ସହ-ପ୍ରତିଷ୍ଠାତା ଏବଂ ଗତ ୨୪ ବର୍ଷ ଧରି ପେପରର ମୁଖ୍ୟ ସମ୍ପାଦକ ଭାବରେ କାର୍ଯ୍ୟ କରିଛନ୍ତି। ୧୯୯୩ ମସିହାରେ ସେ ନିରପେକ୍ଷ ଖବର ପ୍ରସାରଣ କରୁଥିବା ନୋଭାଜା ଗାଜେଟା ଖବର କାଗଜର ପ୍ରତିଷ୍ଠା କରିଥିଲେ। ଏହି ଖବର କାଗଜ ପ୍ରତିଷ୍ଠା ହେବା ପରଠାରୁ ବିଭିନ୍ନ ସମୟରେ ଏହାର ୬ ଜଣ ଖବରଦାତା ହତ୍ୟାର ଶିକାର ହୋଇଥିଲେ। ତଥାପି ଖବର କାଗଜ ତା’ର ବୃତ୍ତିରେ କୌଣସି ପ୍ରକାରର ବୁଝାମଣା କରିନାହିଁ। ସବୁବେଳେ ନୋଭାଜା ଗାଜେଟା ଲୋକଙ୍କ ସ୍ବରକୁ ହିଁ ଗୁରୁତ୍ୱ ଦେଇଛି। ରୁଷିଆରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଏକଛତ୍ରବାଦୀ ଶାସନ ସତ୍ତ୍ୱେ ମୁରାତୋଭ ସରକାରଙ୍କ ଯୋଜନାକୁ ଖବରକାଗଜ ସମାଲୋଚନା କରିବାରେ ଜଣାଶୁଣା। ନୋବେଲ କମିଟି କହିଛି ଯେ, ମୁରାତୋଭ ଅନେକ ଦଶନ୍ଧି ଧରି ରୁଷିଆରେ ଅଭିବ୍ୟକ୍ତିର ସ୍ବାଧୀନତା ରକ୍ଷା କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri