ଟିନା ମୁନିମ୍‌ ରୁ ଟିନା ଅମ୍ବାନୀ ପର୍ଯ୍ୟନ୍ତ ଯାତ୍ରା…

ମୁମ୍ବାଇ,୧୧।୨: ବଲିଉଡ ଅଭିନେତ୍ରୀ ଟିନା ଅମ୍ବାନୀଙ୍କୁ ଗୁରୁବାର ୬୪ ବର୍ଷ ପୂରଣ ହୋଇଛି। ସେ ୧୯୫୭ ଫେବୃୟାରୀ ୧୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଟିନା ମୁନିମ୍‌ ଥିଲା। ୧୯୭୮ରେ ଦେବ ଆନନ୍ଦଙ୍କ ଫିଲ୍ମ ଦେଶ ପରଦେଶ୍‌ରେ ଟିନା ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ତେବେ ଋଷି କପୁରଙ୍କ ସହିତ ତାଙ୍କ ଅଭିନୀତ ଫିଲ୍ମ କର୍ଜ ଏବଂ ସଞ୍ଜୟ ଦତ୍ତଙ୍କ ସହିତ ରକି ଫିଲ୍ମ ଟିନାଙ୍କ ପାଇଁ ଖ୍ୟାତି ଆଣିଦେଇଥିଲା। ୧୯୮୧ରେ ଫିଲ୍ମ ରକି ଶୁଟିଂ ସେଟରେ ସଞ୍ଜୟଙ୍କ ସହିତ ତାଙ୍କର ରୋମାନ୍ସ ଆରମ୍ଭ ହୋଇଥିବା ନେଇ ଚର୍ଚ୍ଚା ହୋଇଥିଲା। ଦୁହେଁ ଡେଟିଂରେ ଯାଉଥିବାର ଶୁଣିବାକୁ ମିଳିଥିଲା। ସଞ୍ଜୟଙ୍କ ଡ୍ରଗ୍ସ ଅଭ୍ୟାସ ଯୋଗୁ ଟିନା ତାଙ୍କଠାରୁ ଦୂରେଇ ଯାଇଥିଲେ। ଟିନାଙ୍କ ସହିତ ବ୍ରେକ ଅପ ଯୋଗୁ ସଞ୍ଜୟଙ୍କ ଅବସ୍ଥା ଅତି ଗୁରୁତର ହୋଇଯାଇଥିଲା। ୧୯୮୨ରେ ସଞ୍ଜୟ ନିଜକୁ ଗୁଳି ମଧ୍ୟ କରିଥିବା ଖବର ଶୁଣିବାକୁ ମିଳିଥିଲା।  ପରେ ଏହା ମିଥ୍ୟା ବୋଲି ସଞ୍ଜୟ କହିିଥିଲେ। ତେବେ ଟିନାଙ୍କ ଅଭିନୀତ ଲୁଟମାର, ମନ୍‌ ପସନ୍ଦ, ବାତୋଁ ବାତୋଁ ମେଁ, ୟେ ଓ୍ବାଦା ରହା, ସୌତନ, ବଓ୍ବେଫାଇ, ସୁରାଗ, ଇନଶାଫ୍‌ ମେଁ କରୁଙ୍ଗା, ରାଜପୁତ, ଆଖିର କି ୟୁଁ, ପାପି ପେଟ କା ସଓ୍ବାଲ, ଅଲଗ ଅଲଗ, ଭାଗଓ୍ବାନ, ଦାଦା, ଅଧିକାର ଆଦିକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ୧୯୯୧ରେ ତାଙ୍କର ଶେଷ ଫିଲ୍ମ ଜିଗରଓ୍ବାଲା ରିଲିଜ୍‌ ହୋଇଥିଲା। ୧୯୯୧ ଫେବୃୟାରୀରେ ଟିନା ଶିଳ୍ପପତି ଅନୀଲ ଅମ୍ବାନୀଙ୍କୁ ବିବାହ କରିବା ପରେ ବଲିଉଡ୍‌ରୁ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?