Posted inଜାତୀୟ

ଉଦୟନିଧି ଷ୍ଟାଲିନଙ୍କ ବୟାନକୁ ନେଇ ନଡ୍ଡା କହିଲେ, ‘ଏହା ସନାତନ ଧର୍ମକୁ ଶେଷ କରିବାର ରଣନୀତି’

ନୂଆଦିଲ୍ଲୀ,୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦାବି କରିଛନ୍ତି ଯେ ଖୁବ ଶୀଘ୍ର ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ଭାବରେ ଉଭା ହେବ। ମଧ୍ୟପ୍ରଦେଶର ଚିତ୍ରକୋଟରେ ‘ଜନ ଆର୍ଶିବାଦ ଯାତ୍ରା’ରେ ଜନତାଙ୍କୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଆଜି ମଧ୍ୟପ୍ରଦେଶ ପ୍ରତ୍ୟେକ କ୍ଷେତ୍ରରେ ଆଗକୁ ବଢୁଛି ଏବଂ ସ୍ବଚ୍ଛତା ଦୃଷ୍ଟିରୁ ରାଜ୍ୟ ଦେଶରେ ଏକ ନମ୍ବର ସ୍ଥାନରେ ରହିଛି।
ସେ କହିଛନ୍ତି ଯେ ସ୍ମାର୍ଟ ସିଟିରେ ଏବଂ ପ୍ରଧାନ ମନ୍ତ୍ର ସ୍ବାମୀତ୍ୱ ଯୋଜନାରେ ରାଜ୍ୟ ଏକ ନମ୍ବର ସ୍ଥାନରେ ରହିଛି। ଭାରତ ଶୀଘ୍ର ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ଭାବରେ ଉଭା ହେବ, ଏହା ଆମର ଗ୍ୟାରେଣ୍ଟି, ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି।
ଏଥିସହିତ ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଡିଏମକେ ମୁଖ୍ୟ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନ ସନାତନ ଧର୍ମ ସମ୍ପର୍କରେ ଦେଇଥିବା ବୟାନ ଉପରେ ଜେପି ନଡ୍ଡା ଖୁବ ବର୍ଷିିଛନ୍ତି। ସେ ପ୍ରଶ୍ନ କରିଥିଲେ କି, ସନାତନ ଧର୍ମକୁ ଧ୍ୱଂସ କରିବା ସେମାନଙ୍କର ରାଜନୈତିକ ରଣନୀତି କି। ଉଦୟନିଧି ଷ୍ଟାଲିନ କଥିତ ଭାବେ କହିଥିଲେ କି ଆମେ ଯେପରି ଡେଙ୍ଗୁ ଓ ମ୍ୟାଲେରିଆକୁ ଶେଷ କରିଥିଲେ ସେମିତି ସନାତନକୁ ଶେଷ କରିଦେବା ଦରବାର।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri