ବରଗଡ଼ ଆସିବେ ଜେପି ନଡ୍ଡା, ଆସାମ-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବରଗଡ଼,୧୫ା୫(ପ୍ରେମାନନ୍ଦ ଖମାରୀ): ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ପାଇଁ ଗୁରୁବାର ଭାଜପାର ୩ଜଣ ହେଭିଓ୍ବେଟ୍‌ ନେତା ବରଗଡ଼ ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ମଧ୍ୟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ରହିଛନ୍ତିଧ୍‌। ଗୁରୁବାର ଅପରାହ୍ନ ୧ଟା ୧୫ ମିନିଟ୍‌ରେ ଜେ.ପି ନଡ୍ଡା ବରଗଡ଼ ଜିଲା ପଦ୍ମପୁର ଅଶୋକ ପଡ଼ିଆରେ , ଅପରାହ୍ନ ୧ଟାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଅନ୍ତର୍ଗତ ବାନିପାଲି ପଡ଼ିଆ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବିଜେପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ହେବାକୁ ଥିବା ସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଦଳର ତୁଙ୍ଗ ନେତାମାନଙ୍କ ଆଗମନରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri