Posted inଜାତୀୟ

କେନ୍ଦ୍ର ସମନ ଜାରି କରିଥିବା ଅଧିକାରୀଙ୍କୁ ସମ୍ମାନ ଦେଲେ ମମତା

କୋଲକାତା,୨୯ ।୧୨: ପଶ୍ଚିମବଙ୍ଗ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ କିଛିଦିନ ହେବ ବିବାଦ ଲାଗି ରହିଛି । ଏବେ ଏହା ଆହୁରି ବଢିବାରେ ଲାଗିଛି । ଭାରତୀୟ ଜନତା ପାର୍ଟି(ଭଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ପଶ୍ଚିମବଙ୍ଗରେ ହୋଇଥିବା ଆକ୍ରମଣ ସମୟରେ ଯେଉଁ ୩ ଆଇପିଏସ୍ ଡ୍ୟୁଟିରେ ଥିଲେ ଏବେ ସେମାନଙ୍କୁ ନେଇ ଏକ ବିବାଦ ଉପୁଜିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏମାନଙ୍କ ମଧ୍ୟରୁ ଜଣେ ଆଇପିଏସ୍‌ଙ୍କୁ ପଦୋନ୍ନତି ଦେଇଥିବାରୁ ଏବେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି । ଏହାସହ ଅନ୍ୟଜଣଙ୍କୁ ସ୍ଥାନାନ୍ତର କରାଯାଇଛି । ଏବେ ଏହି କଥାକୁ ନେଇ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ବିବାଦ ବଢିପାରେ ବୋଲି ଅନୁମାନ କରାଯାଉଛି । ସୂଚନାଯୋଗ୍ୟ, ନିକଟରେ ନଡ୍ଡା ପଶ୍ଚିମବଙ୍ଗ ଗସ୍ତ କରିଥିବା ବେଳେ ତାଙ୍କ ରାଲି ଉପରେ ପଥରମାଡ କରାଯାଇଥିଲା । ଏହି ସମୟରେ ଡ୍ୟୁଟିରେ ତିବା ୩ଜଣ ଆଇପିଏସ୍‌ଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ଡାକିଥିଲେ । ହେଲେ ରାଜ୍ୟ ସରକାର ସେମାନଙ୍କୁ ପଠାଇବାକୁ ମନା କରି ଦେଇଥିଲେ । ଡିସେମ୍ବର ୧୦ରେ ପଶ୍ଚିମବଙ୍ଗର ଡାଇମଣ୍ଡ ହାର୍ବରରେ ଏକ ବୈଠକ ପାଇଁ ଯେତେବେଳେ ନଡ୍ଡା ଯାଉଥିଲେ ସେତେବେଳେ ତାଙ୍କ ଉପରକୁ ପଥରମାଡ କରାଯାଇଥିଲା । ଏହି ସମୟରେ ୩ ଆଇପିଏସ୍ ଅଧିକାରୀ ନଡ୍ଡାଙ୍କ ସୁରକ୍ଷା ଦାୟିତ୍ୱରେ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?