Posted inଜାତୀୟ

ରାଜ୍ୟ ସଭାରେ ଜେପି ନଡ୍ଡାଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ନୂଆଦିଲ୍ଲୀ,୨୪।୬: ଚଳିତ ବର୍ଷ ଲୋକ ସଭା ନିର୍ବାଚନେି ବିଜୟୀ ହୋଇଥିବା ଏମପିମାନେ ସୋମବାର ୧୮ତମ ଲୋକ ସଭାର ପ୍ରଥମ ସଂସଦ ଅଧିବେଶନରେ ଶପଥ ଗ୍ରହଣ କରିଥିଲେ। ଏଥିରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଏକ ବଡ ଦାୟିତ୍ୱ ଦିଆଯାଇଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ରାଜ୍ୟସଭାରେ ଗୃହର ନେତା କରାଯାଇଛି।

ଏଥି ସହିତ, ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନର ପ୍ରଥମ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟ ତଥା ଅନ୍ୟାନ୍ୟ ନୂତନ ନିର୍ବାଚିତ ସଦସ୍ୟମାନେ ଗୃହର ସଦସ୍ୟ ଭାବରେ ଶପଥ ଗ୍ରହଣ କରିଥିଲେ। କାର୍ଯ୍ୟନିର୍ବାହୀ ବାଚସ୍ପତି (ପ୍ରୋଟେମ ସ୍ପିକର) ଭର୍ତ୍ତୃହରୀ ମହତାବ ଗୃହର ପ୍ରକ୍ରିୟା ଆରମ୍ଭ କରି ସଦସ୍ୟମାନଙ୍କୁ ଶପଥ ପାଠ କରାଇଥିଲେ।

ନିକଟରେ ଶେଷ ହୋଇଥିବା ଲୋକ ସଭା ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ମୋଦି କ୍ରମାଗତ ତୃତୀୟ ଥର କ୍ଷମତାକୁ ଫେରିଛନ୍ତି। ଜୁନ ୯ ରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମନ୍ତ୍ରୀ ପରିଷଦ ଶପଥ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତୃତୀୟ ଥର ପାଇଁ ବାରାଣାସୀ ଲୋକ ସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ନରେନ୍ଦ୍ର ମୋଦି ଗୃହର ନେତା ହୋଇ ପ୍ରଥମେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri