Posted inଜାତୀୟ

ଆଜିଠୁ ଦୁଇ ଦିନିଆ ୟୁପି ଗସ୍ତରେ ଜେପି ନଡ୍ଡା

ନୂଆଦିଲ୍ଲୀ,୨୨।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ କ୍ଷମତା ବଜାୟ ରଖିବା ପାଇଁ ଭାଜପା ଲାଗିପଡିଛି। ଦଳର ହେବିଓ୍ବେଟ୍‌ ନେତାମାନେ ୟୁପିରେ ଡେରା ପକାଉଛନ୍ତି। ଏହି କ୍ରମରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସୋମବାର ଦୁଇ ଦିନିଆ ୟୁପି ଗସ୍ତରେ ଯିବେ।
ଗସ୍ତରେ ଗୋରଖପୁର ଓ କାନପୁରରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ। ଅପରାହ୍ନ ୧୨ଟା ୧୫ରେ ସେ ଗୋରଖପୁର ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ଅପରାହ୍ନ ୩ଟାରେ ଚମ୍ପା ଦେବୀ ପାର୍କରେ ଆୟୋଜିତ ସମ୍ମିଳନୀକୁ ସମ୍ବୋଧିତ କରିବେ।
ନଭେମ୍ବର ୨୩ରେ କାନପୁର ଗସ୍ତ କରିବେ । ସେଠାରେ ବାବା ନାମଦେବ ଗୁରୁଦ୍ବାର ଦର୍ଶନ ପରେ ଏକ ଦଳୀୟ ଆଞ୍ଚଳିକ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରିବେ । ଏହା ସହିତ ୭ ଜିଲା କାର୍ଯ୍ୟାଳୟ ମଧ୍ୟ ଉଦ୍‌ଘାଟିତ ହେବ । ଏହାପରେ ଅପରାହ୍ନ ୨ଟାରେ କାନପୁରର ରେଲୱେ ଗ୍ରାଉଣ୍ଡରେ ଆୟୋଜିତ ସଭାପତି ସମ୍ମିଳନୀକୁ ସମ୍ବୋଧିତ କରିବେ ବୋଲି କୁହାଯାଉଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri