Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟରେ ସର୍ବଦା ରହିଛି ନୂତନତ୍ୱ: ନଡା

ନୂଆଦିଲ୍ଲୀ,୩୦।୫: ମୋଦି ସରକାରକୁ ସୋମବାର ୮ ବର୍ଷ ପୂରଣ ହୋଇଛି। ମେ ୩୦ରେ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଆଜି ଦେଶର ଅନେକ ରାଜ୍ୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ ଭାଜପା ଜାତୀୟ ସଭାପତି ଜେପି ନଡା ମଧ୍ୟ ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରି ସେ କହିଛନ୍ତି, ଦେଶ ଆଜି ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି। ଆଜି ମଧ୍ୟ ଦେଶ ମୋଦି ସରକାରଙ୍କ ୮ ବର୍ଷ ପୂରଣ ହୋଇଛି। ସେବା, ଉତ୍ତମ ଶାସନ ଏବଂ ଗରିବ କଲ୍ୟାଣ ହେଉଛି ମୋଦି ସରକାରଙ୍କ କାର୍ଯ୍ୟ କରିବାର ମାର୍ଗ। ଏହା ମୋଦି ସରକାରଙ୍କ ଆତ୍ମା। ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବିଶ୍ୱ ସ୍ତରରେ ପ୍ରଶଂସା କରାଯାଇଛି। କାରଣ କରୋନା ସଙ୍କଟରେ ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ସହିତ ଯଦି କୌଣସି ଦେଶ ଅର୍ଥନୈତିକ ସମସ୍ୟାର ସମାଧାନ କରିଛି, ତେବେ ଏହା ଭାରତ ଅଟେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟରେ ସର୍ବଦା ନୂତନତ୍ୱ ଦେଖିବାକୁ ମିଳେ। ଦୁଇ ବର୍ଷ ଧରି ପ୍ରାୟ ୮୦ କୋଟି ଗରିବ ଲୋକଙ୍କୁ ମାଗଣା ରାଶନ ଦିଆଯାଉଛି। ପୂର୍ବ ସରକାର ୭୦ ବର୍ଷ ମଧ୍ୟରେ ଶିକ୍ଷା ବିଭାଗ ଦ୍ୱାରା ୬.୩୭ ଲକ୍ଷ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯାଇଥିଲା। ମୋଦି ସରକାରଙ୍କ ୮ ବର୍ଷର କାର୍ଯ୍ୟକାଳରେ ୬.୫୩ ଲକ୍ଷ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳ ମଧ୍ୟରେ ଦେଶ ସର୍ବଭାରତୀୟ ଶିକ୍ଷା ଦୃଷ୍ଟିରୁ ଆଗକୁ ବଢୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri