Posted inଜାତୀୟ

‘ରାହୁଲଙ୍କ ଅହଙ୍କାର ବଡ଼, ବୁଝାମଣା ଛୋଟ’

ନୂଆଦିଲ୍ଲୀ,୨୪।୩: ଭାଜପା ସଭାପତି ଜେପି ନଡା ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ରାହୁଲ ଓବିସି ସମ୍ପ୍ରଦାୟକୁ ଅପମାନିତ କରିଥିବା ଅଭିଯୋଗ କରିଛନ୍ତି ନଡା।
ନଡା କହିଛନ୍ତି, କଂଗ୍ରେସ ନେତା ରାହୁଲ ଗାନ୍ଧୀ ତଥ୍ୟ ବିଷୟରେ ଅଜ୍ଞାତ ଏବଂ ମନଗଢା ଅଭିଯୋଗ କରିବାର ତାଙ୍କର ପୁରୁଣା ଅଭ୍ୟାସ ରହିଛି। ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ ରାହୁଲ ରାଫଲେ ନାମରେ ଦେଶକୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରିଥିଲେ। ଏଥିପାଇଁ ମାନ୍ୟବର ସୁପ୍ରିମକୋର୍ଟ ତାଗିଦ କରିଥିଲେ। ମନଗଢା ଅଭିଯୋଗ ପାଇଁ ବିନା ସର୍ତ୍ତରେ କ୍ଷମା ପ୍ରାର୍ଥନା ମଧ୍ୟ କରିଥିଲେ। ରାହୁଲ ଗାନ୍ଧୀଙ୍କ ଅହଂକାର ବହୁତ ବଡ ଏବଂ ବୁଝାମଣା ବହୁତ ଛୋଟ। ତାଙ୍କର ରାଜନୈତିକ ଲାଭ ପାଇଁ ସେ ସମଗ୍ର ଓବିସି ସମ୍ପ୍ରଦାୟକୁ ଅପମାନିତ କରିଥିଲେ। ସମାଜ ତଥା କୋର୍ଟ ଦ୍ୱାରା ବାରମ୍ବାର କ୍ଷମା ପ୍ରାର୍ଥନା କରିବାର ବିକଳ୍ପକୁ ସେ ଅଣଦେଖା କରିଥିଲେ ଏବଂ ଓବିସି ସମ୍ପ୍ରଦାୟର ଭାବନାକୁ କ୍ରମାଗତ ଭାବରେ ଆଘାତ ଦେଇଥିଲେ। ଗଣତାନ୍ତ୍ରିକ ଢଙ୍ଗରେ ରାହୁଲଙ୍କ ଏହି ଅପମାନ ପାଇଁ ପୁରା ଓବିସି ସମ୍ପ୍ରଦାୟ ପ୍ରତିଶୋଧ ନେବ।
‘ଚୌକିଦାର ଚୋର ହୈ’ ସ୍ଲୋଗାନ ଦେଇ ୨୦୧୯ ନିର୍ବାଚନ ବୈତରଣୀ ପାର୍‌ ହେବାକୁ ଚାହୁଁଥିଲେ, କିନ୍ତୁ ଜନତା ଜନାର୍ଦ୍ଦନ ଏହାକୁ ତୀବ୍ର ନିନ୍ଦା କରିଥିଲେ। ଏହାର ଫଳାଫଳ ଥିଲା କଂଗ୍ରେସର ଶୋଚନୀୟ ପରାଜୟ ବୋଲି ନଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri