Posted inଜାତୀୟ

ମମତାଙ୍କ ଉପରେ ବର୍ଷିଲେ ନଡ୍ଡା

ନଦିଆ,୧୯ ।୧: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଏହି ସମୟରେ ସେ ନଦିଆ ଜିଲାରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଖୁବ୍ ବର୍ଷିଛନ୍ତି ।

ନଡ୍ଡା ଦାବି କରିଛନ୍ତି ଯେ ମୋ କଥା ଶୁଣି ମମତା ବାନାର୍ଜୀ ରାଗି ଯାଉଛନ୍ତି । ଏକ ବୈଠକରେ ମୁଁ ତାଙ୍କୁ କହିଥିଲି କି ଏତେ ରାଗନ୍ତୁ ନାହିଁ । ଏହା ବ୍ୟତୀତ ନଡ୍ଡା ଆହୁରି ମଧ୍ୟ କହିଥିଲେ ଭଗବାନ ଦିଦିଙ୍କୁ ବୁଦ୍ଧି ଦିଅନ୍ତୁ ସେ ନ ରାଗି ଲୋକଙ୍କ ପାଇଁ କାମ କରନ୍ତୁ ।
ନଡ୍ଡା କହିଛନ୍ତି କେନ୍ଦ୍ର ସରକାର ଟଙ୍କା ପଠାଉଛନ୍ତି ହେଲେ ଏଠାରେ ଭ୍ରଷ୍ଟାଚାର ହେଉଛି । ପଶ୍ଚିମବଙ୍ଗରେ ଏମାନେ ସୌଭାଗ୍ୟ ଘୋଟାଲା କଲେ । ଯେତେବେଳେ ଘୋଟାଲକୁ ନେଇ ଯାଞ୍ଚ ହେଉଛି ମମତା ବାନାର୍ଜୀ କହୁଛନ୍ତି ମୋଦି ସରକାର , ହେଲେ ମୁଁ କହୁଛି ମୋଦି ସରକାର ବିଶ୍ୱାସ ଯୋଗ୍ୟ ।
ନଡ୍ଡା କହିଛନ୍ତି ଏଠାରେ ଆବାସ ଯୋଜନା ଓ ଶୌଚାଳୟ ଟଙ୍କା ଖାଇଗଲେ । ମନରେଗାରେ ବି ବଡ ଭ୍ରଷ୍ଟାଚାର ହେଲା । ଦିଦି ପଶ୍ଚିମବଙ୍ଗର କ’ଣ ଅବସ୍ଥା କରିଛନ୍ତି ବୋଲି ନଡ୍ଡା ପ୍ରଶ୍ନ କରିଛନ୍ତି । ଯେତେବେଳେ ଯାଞ୍ଚ ହେଉଛି ସେତେବେଳେ କହୁଛନ୍ତି ଯେ ଭାରତ ସରକାର ମୋର ଶତୁ, ଚୋରି ବି କରୁଛନ୍ତି ଉପରେ ସିନାଜୋରୀ ବି ଲଗାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?