Posted inଜାତୀୟ

ଜେପିସିରେ ଲୋକ ସଭାର ୨୭, ରାଜ୍ୟ ସଭାର ୧୨ ଏମ୍‌ପି ସାମିଲ

ନୂଆଦିଲ୍ଲୀ,୨୦।୧୨: ଏକ ଦେଶ, ଏକ ନିର୍ବାଚନ ବିଲ୍‌ର ଯାଞ୍ଚ ପାଇଁ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଗଠନ କରାଯାଇଛି। କମିଟିରେ ଲୋକ ସଭାର ୨୭ ଏବଂ ରାଜ୍ୟସଭାର ୧୨ଜଣ ଏମ୍‌ପି ସାମିଲ ହୋଇଛନ୍ତି। ଅନ୍ୟପକ୍ଷେ ଜେପିସିରେ ଓଡ଼ିଶାର ୩ଜଣ ଏମ୍‌ପି ସାମିଲ ହୋଇଛନ୍ତି। କଟକ ଏମ୍‌ପି ଭର୍ତ୍ତୃହରି ମହତାବ କମିଟିରେ ସାମିଲ ହୋଇଥିବା ବେଳେ ପୁରୀ ଏମ୍‌ପି ସମ୍ବିତ ପାତ୍ର ଏବଂ କେନ୍ଦ୍ରପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡା ମଧ୍ୟ କମିଟିର ସଦସ୍ୟ ରହିଛନ୍ତି।

ଅନ୍ୟପକ୍ଷେ କମିଟି ମୁଖ୍ୟ କଟକର ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ କରାଯାଇପାରେ। ଏକ ଦେଶ, ଏକ ନିର୍ବାଚନ ପାଇଁ ବିଲ୍‌ ସମ୍ପର୍କିତ ଏହି ଗୁରୁତ୍ୱପୂର୍ଣ୍ଣ କମିଟିର ନେତୃତ୍ୱ ଭାଜପା ନେବାକୁ ଥିବା ବେଳେ ଭର୍ତ୍ତୃହରିଙ୍କ ସଂସଦୀୟ ଅଭିଜ୍ଞତା ତାଙ୍କ ସପକ୍ଷରେ ଯାଇପାରେ ବୋଲି କୁହାଯାଉଛି। ଲୋକ ସଭାକୁ ୭ ଥର ନିର୍ବାଚିତ ହୋଇଥିବା ଭର୍ତ୍ତୃହରି ବର୍ତ୍ତମାନ ଅର୍ଥ ମନ୍ତ୍ରଣାଳୟ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri