ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌

ଗୋପାଳପୁର,୨୮ା୯(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଇନ୍ଦ୍ରାକ୍ଷୀ ପଞ୍ଚାୟତର ଜିଆର୍‌ଏସ୍‌ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ଜିଆର୍‌ଏସ୍‌ ସି.ଏଚ. ଚାନ୍ଦ୍ରେୟା ଏକ ପୋଖରୀ କାମର ବିଲ ପାସ୍‌ କରାଇବା ପାଇଁ ୨୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ ତାଙ୍କୁ କାବୁ କରିଛନ୍ତି।
ଇନ୍ଦ୍ରାକ୍ଷୀ ପଞ୍ଚାୟତ ହନ୍ତଳୁ ଗ୍ରାମର ଏକ ପୋଖରୀ ପୁନରୁଦ୍ଧାର ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସରେ ମାଟି କାମ ନିମନ୍ତେ ୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା। ପ୍ରଥମ କିସ୍ତିରେ ୪୭ ଶ୍ରମିକଙ୍କ ପାଇଁ ୨ଲକ୍ଷ ୩୨ ହଜାର ୯୨୦ ଟଙ୍କାର ବିଲ ହୋଇଥିଲା। ଏହି ବିଲ ପାସ କରିବା ନିମନ୍ତେ ହନ୍ତଳୁ ଗ୍ରାମର ଋଷି ରେଡ୍ଡୀଙ୍କୁ ଜିଆର୍‌ଏସ୍‌ ଚାନ୍ଦ୍ରେୟା ୨୭ ହଜାର ଟଙ୍କା ଦାବି କରିଥିଲେ। ଏ ନେଇ ଋଷି ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ଯୋଜନା ପ୍ରକାରେ ପୂର୍ବାହ୍ନରେ ଋଷି ବ୍ଲକ କାର୍ଯ୍ୟାଳୟକୁ ଆସି ଚାନ୍ଦ୍ରେୟାଙ୍କୁ ଦାବି ମୁତାବକ ଟଙ୍କା ଦେଇଥିଲେ। ଏହି ସମୟରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ ଚଢ଼ାଉ କରି ଚାନ୍ଦ୍ରେୟାଙ୍କୁ କାବୁ କରିବା ସହ ଉକ୍ତ ଟଙ୍କା ଜବତ କରିଥିଲେ। ପରେ ଇନ୍ଦ୍ରାକ୍ଷୀ ପଞ୍ଚାୟତ କାର୍ଯ୍ୟାଳୟରେ ଯାଞ୍ଚ କରିଥିଲେ। ଏ ନେଇ ଭିଜିଲାନ୍ସରେ ନଂ.୨୦/୨୨ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?