ଜେଏସ୍‌ଏଲ୍‌କୁ ‘ଏମର୍ଜିଂ ଷ୍ଟିଲ୍‌ କମ୍ପାନୀ ଅଫ୍‌ ଦି ଇୟର’ପୁରସ୍କାର

ନୂଆଦିଲ୍ଲୀ,୩୧ା୮: ଷ୍ଟିଲ ୟୁଜର୍ସ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ୟୁଏଫଆଇ) ଏବଂ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ) ସହଯୋଗରେ ମୁମ୍ବାଇରେ ଆୟୋଜିତ ‘ଇଣ୍ଡିଆ ଷ୍ଟିଲ କନ୍‌ଫରେନ୍ସ-୨୦୨୨ ଏବଂ ଏସୟୁଏଫଆଇ ଷ୍ଟିଲ୍‌ ଆୱାର୍ଡସ୍‌ ୨୦୨୧’ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟେନଲେସ୍‌କୁ ‘ଏମର୍ଜିଂ ଷ୍ଟିଲ୍‌ କମ୍ପାନୀ ଅଫ୍‌ ଦି ଇୟର’ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ମହାରାଷ୍ଟ୍ର ସରକାରଙ୍କ ଜଙ୍ଗଲ ଓ ସଂସ୍କୃତି ମନ୍ତ୍ରୀ ସୁଧୀର ମୁଙ୍ଗତିୱାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଧାନ ମୁଖ୍ୟ କମିଶନର, କଷ୍ଟମ୍ସ ମୁମ୍ବାଇ-୨, ପି.କେ. ଅଗ୍ରୱାଲ ଏବଂ ମୁମ୍ବାଇ ବନ୍ଦର ପ୍ରାଧିକରଣ ତଥା ଭାରତୀୟ ବନ୍ଦର ସଂଘର ଅଧ୍ୟକ୍ଷ ରାଜୀବ ଜାଲୋଟା ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଜେଏସଏଲ୍‌କୁ ଉପରୋକ୍ତ ସମ୍ମାନରେ ସମ୍ମାନିତ କରାଯାଇଥିଲା।
ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନଲେସର ପରଚିଳାନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ବିଏସଇ ପରିସରରେ ଭାରତୀୟ ଉଦ୍ୟୋଗରେ ପ୍ରତିଷ୍ଠିତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ଉପସ୍ଥିତି ଏବଂ ଏକ ସମ୍ମାନଜନକ ସମାବେଶରେ ଏହି ପୁରସ୍କାର ପ୍ରଦାନ କରାଯାଇଥିବାରୁ ଆମେ ବେଶ୍‌ ଗର୍ବିତ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri