ଜେଏସ୍‌ଏଲ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୮।୫: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ) ବୈଠକ ନିକଟରେ ଶେଷ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର ୨୦୨୨-୨୩ ଆର୍ଥତ୍କ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ୨୦୨୨-୨୩ ଆର୍ଥତ୍କ ବର୍ଷର ବାର୍ଷିକ ଫଳାଫଳ ସମ୍ପର୍କରେ ମଧ୍ୟ ବିସ୍ତୃତ ସୂଚନା ଦିଆଯାଇଛି। ବିଶେଷକରି କମ୍ପାନୀ ରପ୍ତାନି ଶୁଳ୍କର ପ୍ରତ୍ୟାହାର ସହ ୨୦୨୨-୨୩ ଆର୍ଥତ୍କ ବର୍ଷର ତ୍ରୈମାସିକରେ ରପ୍ତାନି ବିକ୍ରୟକୁ ବୃଦ୍ଧିକଲା ଏବଂ ଫଳ ସ୍ବରୂପ ସର୍ବାଧିକ ୫,୦୭,୬୩୨ ମିଲିୟନ ଟନ୍‌ର ତ୍ରୈମାସିକ ବିକ୍ରୟ ପରିମାଣ ହାସଲ କରିଛି। କମ୍ପାନୀ ୨୦୨୨-୨୩ ଆର୍ଥତ୍କ ବର୍ଷର ତ୍ରୈମାସିକ ସ୍ବତନ୍ତ୍ର ନେଟ୍‌ ରାଜସ୍ବ, ଏବିଟ୍‌ଡା ଏବଂ ପାଟ୍‌ ଯଥାକ୍ରମେ ଭାରତୀୟ ମୁଦ୍ରା ୯,୪୪୪ କୋଟି, ୧,୦୯୭ କୋଟି ଓ ୬୫୯ କୋଟିରେ ପହଞ୍ଚତ୍ଛି। ଏ ସମ୍ପର୍କରେ ଜେଏସ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ଜେଏସ୍‌ଏଚ୍‌ଏଲ୍‌ ଜେଏସ୍‌ଏଲ୍‌ରେ ମିଶ୍ରଣ ସମାପ୍ତ ହେବା ସଙ୍ଗେ ସଙ୍ଗେ କ୍ଷମତା ବିସ୍ତାର ଏବଂ ବିବିଧୀକରଣ ନିମନ୍ତେ ଅଧିଗ୍ରହଣ ଭଳି ପଦକ୍ଷେପ ଯୋଗେ ଜିନ୍ଦଲ ଷ୍ଟେନ୍‌ଲେସ୍‌ ପାଇଁ ଗତ ଆର୍ଥତ୍କ ବର୍ଷ ଐତିହାସିକ ପାଲଟିଛି। ଏପରିକି ଦେଶରୁ ରପ୍ତାନି ପାଇଁ ଇସ୍ପାତ ଏବଂ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଉତ୍ପାଦର ‘ମେକ୍‌ ଇନ୍‌ ଇଣ୍ଡିଆ’ ବ୍ରାଣ୍ଡିଂର ପାଇଲଟ୍‌ ପାଇଁ ମନୋନୀତ ହୋଇଥିବାରୁ ଆମେ ଗର୍ବିତ। ଆମେ କ୍ରମାଗତ ଭାବରେ ଅଧିକ ଗତିଶୀଳ ବଜାର ସ୍ଥିତି ଏବଂ ଗ୍ରାହକଙ୍କ ଆବଶ୍ୟକତା ସହିତ ଅନୁକୂଳ ହେବା ଉପରେ କାର୍ଯ୍ୟ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri