ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ କମ୍ପାନୀ ନିକଟରେ ଆଉ ଏକ ନୂଆ ମାଇଲଷ୍ଟୋନ ହାସଲ କରିଛି। ବିଶେଷ କରି ବନ୍ଦେ ଭାରତ ସ୍ଲିପର କୋଚ୍‌ରେ ଏହି ଅତ୍ୟାଧୁନିକ ଷ୍ଟିଲ୍‌ ବ୍ୟବହାର ହୋଇଛି। ଜେଏସ୍‌ଏଲ୍‌ ଏହି ପ୍ରକଳ୍ପ ପାଇଁ ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଯୋଗାଇଛି। ଏପରିକି ଇଣ୍ଟିଗ୍ରାଲ୍‌ କୋଚ୍‌ ଫ୍ୟାକ୍ଟ୍ରି (ଆଇସିଏଫ୍‌) ଏବଂ ଭାରତ ଆର୍ଥ ମୁଭର୍ସ ଲିମିଟେଡ୍‌ (ବିଇଏମ୍‌ଏଲ୍‌) ଏହି କୋଚ୍‌ ନିର୍ମାଣ କରିଛନ୍ତି। ସେହିଭଳି ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଉଚ୍ଚ ଶକ୍ତିସମ୍ପନ୍ନ ସାମଗ୍ରୀ ବ୍ୟବହାର ସହ ଏହି ବନ୍ଦେ ଭାରତ ସ୍ଲିପର ଟ୍ରେନ୍‌ ୮୦୦ କି.ମି.ରୁ ୧୨୦୦ କି.ମି. ଯାତ୍ରା ପାଇଁ ଡିଜାଇନ କରାଯାଇଛି, ଯାହାର ପ୍ରୋଟୋଟାଇପ୍‌କୁ ନିକଟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବେଙ୍ଗାଲୁରୁଠାରେ ଉନ୍ମୋଚନ କରିଥିଲେ। ସେହିଭଳି ଉନ୍ନତ କାର୍ଯ୍ୟଦକ୍ଷତା ଏବଂ ସ୍ଥାୟିତ୍ୱ ପ୍ରଦାନ କରିବା ସହ ଏହି କୋଚ୍‌ ନିର୍ମାଣରେ ବ୍ୟବହୃତ ଟେମ୍ପର୍ଡ ୩୦୧ ଏଲ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଗୁଣବତ୍ତା ଓ ଏହାର କ୍ଷୟ ପ୍ରତିରୋଧୀ ବୈଶିଷ୍ଟ୍ୟ କାରଣରୁ କମ୍‌ ଜୀବନଚକ୍ର ଖର୍ଚ୍ଚ ସୁନିଶ୍ଚିତ କରିଛି। ଫଳରେ ଦୀର୍ଘମିଆଦୀ ବିଶ୍ୱସନୀୟତା ସହ ରେଳ ପରିବହନରେ ଏହା ସୁରକ୍ଷାର ମାନ ବଜାୟ ରଖିବା ସାଙ୍ଗକୁ ଧକ୍କା ଓ ଅଗ୍ନି ପ୍ରତିରୋଧୀ ବୈଶିଷ୍ଟ୍ୟ ଯୋଗୁଁ ଯାତ୍ରୀଙ୍କ ସୁରକ୍ଷାକୁ ମଧ୍ୟ ବଢ଼ାଇଥାଏ ବୋଲି ବିସ୍ତୃତ ଭାବେ କୁହାଯାଇଛି।
ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ‘ବନ୍ଦେ ଭାରତ ସ୍ଲିପର ଟ୍ରେନ୍‌ ଦ୍ୱାରା ଭାରତୀୟ ରେଳବାଇରେ ଅଭିନବତାର ଏକ ନୂତନ ଯୁଗ ଆରମ୍ଭ ହେବାକୁ ଯାଉଛି ଏବଂ ଆମେ ଏହି ରୂପାନ୍ତରଣ ପ୍ରକଳ୍ପରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣକରି ଗର୍ବ ଅନୁଭବ କରୁଛୁ, ଯାହା ଭାରତରେ ଦୀର୍ଘ ଦୂରତା ଯାତ୍ରାରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ। ଟେମ୍ପର୍ଡ ୩୦୧ ଏଲ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ର ବ୍ୟବହାର ଦ୍ୱାରା ପ୍ରତ୍ୟେକ କୋଚର ଓଜନ ପ୍ରାୟ ୨ଟନ୍‌ ହ୍ରାସ ପାଇବ। ଏହି ଓଜନ ହ୍ରାସ ଯୋଗୁ ଉନ୍ନତ ଶକ୍ତି ଦକ୍ଷତା ସହ କାର୍ବନ ଫୁଟ୍‌ପ୍ରିଣ୍ଟ ହ୍ରାସ ହେବ, ଯାହା ଆଧୁନିକ ରେଳ ପରିବହନର ସଷ୍ଟେନେବଲ୍‌ ଲକ୍ଷ୍ୟ ପୂରଣରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri