ଜେଏସ୍‌ଏଲ୍‌ର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୩୧।୧: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ବିଷୟରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଏପରିକି ଚଳିତ ଆର୍ଥତ୍କ ବର୍ଷର ୩ୟ ତ୍ରୈମାସିକ ଆର୍ଥତ୍କ ଫଳାଫଳକୁ ମଧ୍ୟ ଘୋଷଣା କରାଯାଇଛି। ସେହିଭଳି ତୃତୀୟ ତ୍ରୈମାସିକ ପାଇଁ କମ୍ପାନୀର ମୋଟ ଏକକ ରେଭେନ୍ୟୁ ବାର୍ଷିକ ୧୦.୮% ଅଭିବୃଦ୍ଧି ସହ ୧୦,୦୬୬ କୋଟି ଟଙ୍କା ରହିଛି। ଷ୍ଟାଣ୍ଡ ଆଲୋନ ଏବିଡଟା ୧୦୦୩ କୋଟି ଟଙ୍କା ରହିଥିବାବେଳେ ଟିକସ ପରବର୍ତ୍ତୀ ଲାଭ ୬୧୯ କୋଟି ଟଙ୍କା ରହିଛି। ଏହି କ୍ୱାର୍ଟରରେ ମୋଟ ଋଣ ୩,୩୪୪ କୋଟି ଟଙ୍କା ରେକର୍ଡ କରାଯାଇଥିବାବେଳେ ମୋଟ ଋଣ-ଇକ୍ୟୁଟି ଅନୁପାତ ୦.୨ରହିଛି। ଏହି କ୍ୱାର୍ଟରରେ ମୋଟ ଋଣ ଓ ଏବିଡଟା ଅନୁପାତ ୯ ରହିଛି। ଏହି ଅବଧିରେ ଏକୀକୃତ ମୋଟ ଆୟ ୯୯୦୭ କୋଟି ଟଙ୍କାରେ ପହଞ୍ଚତ୍ଛି। ଏକୀକୃତ ଏବିଡଟା ଏବଂ ଟିକସ ପରବର୍ତ୍ତୀ ଲାଭ ଯଥାକ୍ରମେ ୧୨୦୮ କୋଟି ଟଙ୍କା ଏବଂ ୬୫୪ କୋଟି ଟଙ୍କା ରହିଛି। ଏ ସମ୍ପର୍କରେ ଜେଏସ୍‌ଏଲ୍‌ର ଏମ୍‌ଡି ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ବର୍ତ୍ତମାନ ସମୟରେ ଭାରତୀୟ ଷ୍ଟିଲ୍‌ ଏବଂ ଷ୍ଟେନଲେସ ଷ୍ଟିଲ ଶିଳ୍ପରେ ବିଭିନ୍ନ ଦେଶରୁ କମ୍‌ ମୂଲ୍ୟରେ ଶସ୍ତା ନିମ୍ନ ମାନର ଉତ୍ପାଦ ଆମଦାନୀ ହେଉଛି। ଭାରତ ଏକ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଭାବେ ପରିଗଣିତ ହେଉଥିବା ବେଳେ ଘରୋଇ ଶିଳ୍ପରେ ସରକାରୀ ପଦକ୍ଷେପର ଆବଶ୍ୟକତା ରହିଛି, ଯାହାଦ୍ୱାରା ନିମ୍ନମାନର ଉତ୍ପାଦ ଆମଦାନୀକୁ ରୋକାଯାଇପାରିବ ଏବଂ ବିଭିନ୍ନ ଏଫ୍‌ଟିଏ ଦେଶର ଗୁଣବତ୍ତା ନିୟମାବଳୀ ଅନୁପାଳନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?