ଲକ୍ଷାଧିକ ଭକ୍ତଙ୍କୁ ଜେଏସ୍‌ପି ଫାଉଣ୍ଡେଶନର ସହାୟତା

ଭୁବନେଶ୍ୱର,୨।୭: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସ୍‌ପି)ର ସମାଜ କଲ୍ୟାଣ ସଂସ୍ଥା ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କୁ ରନ୍ଧାଖାଦ୍ୟ, ଥଣ୍ଡା ପାନୀୟ ଜଳ ଓ ଗ୍ଲୁକୋଜ ଆଦି ଯୋଗାଇ ଦିଆଯାଇଥିଲା। ଏପରିକି ଫାଉଣ୍ଡେଶନର ଚେୟାରପର୍ସନ ଶାଲୁ ଜିନ୍ଦଲଙ୍କ ନେତୃତ୍ୱରେ ଉକ୍ତ ସେବା ନେତ୍ରୋତ୍ସବରୁ ଆରମ୍ଭହୋଇ ସୁନାବେଶ ରାତ୍ରିରେ ଶେଷ ହୋଇଥିଲା। ବିଶେଷକରି ଫାଉଣ୍ଡେଶନର ‘ମିଶନ ଜିରୋ ହଙ୍ଗର’ କାର୍ଯ୍ୟକ୍ରମ ଅଧୀନରେ ୧୦.୫ଲକ୍ଷ ଲୋକଙ୍କୁ ଗରମ ରନ୍ଧା ଖାଦ୍ୟ ଦିଆଯାଇଥିଲା। ଯେଉଁଥିରେ ଅନ୍ନ, ଡାଲମା ଏବଂ ଖଟା ଭଳି ସୁଷମ ଖାଦ୍ୟ ସାମିଲ ଥିଲା। ସେହିଭଳି ପୁରୀ ଜିଲା ପ୍ରଶାସନ ସହ ସମନ୍ବୟ ରକ୍ଷାକରି ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ରୋଷେଇଘର ସହିତ ଏକ ସ୍ବତନ୍ତ୍ର ଷ୍ଟଲ୍‌ରେ ୧୦୦ସ୍ବେଚ୍ଛାସେବୀଙ୍କ ସହଯୋଗରେ ଏହି ସେବା ଯୋଗାଇ ଦିଆଯାଇଥିଲା। ଏ ସମ୍ପର୍କରେ ଶାଲୁ ଜିନ୍ଦଲ କହିଛନ୍ତି, ଦେଶର ବିଭିନ୍ନ ପ୍ରାନ୍ତରୁ ଆସୁଥିବା ଭକ୍ତଙ୍କୁ ଖାଦ୍ୟ ଓ ପାନୀୟ ଜଳ ଯୋଗାଇଦେବା ନିମନ୍ତେ ଆମେ ଯଥା ସମ୍ଭବ ପ୍ରଚେଷ୍ଟା କରିଛୁ। ପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ଭକ୍ତଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ଆମେ କୃତଜ୍ଞ। ସେହିଭଳି ଜେଏସ୍‌ପିର ସଭାପତି ତଥା ଗ୍ରୁପ୍‌ ମୁଖ୍ୟ (ସିଏସ୍‌ଆର୍‌) ପ୍ରଶାନ୍ତ ହୋତା କହିଛନ୍ତି, ଦୀର୍ଘ ୧୨ ଦିନ ମଧ୍ୟରେ ଆମେ ୧୦.୫ ଲକ୍ଷ ଭକ୍ତଙ୍କୁ ଭୋଜନ ପରିବେଷଣ କରାଇବା ଏକ ଆହ୍ବାନ ଥିଲା। କିନ୍ତୁ ଆମର ଚେୟାରମ୍ୟାନ୍‌ ନବୀନ ଜିନ୍ଦଲ ଏବଂ ଜେଏସ୍‌ପି ଫାଉଣ୍ଡେଶନ ଚେୟାରପର୍ସନ ଶାଲୁ ଜିନ୍ଦଲଙ୍କ ପ୍ରେରଣାରେ ଏହା ସମ୍ଭବ ହୋଇପାରିଛି। ସେହିପରି ପୁରୀ ଜିଲା ପ୍ରଶାସନ, ରାଜ୍ୟ ସରକାର, ପୁରୀ ବସ୍‌ ମାଲିକ ଆସୋସିଏସନ ଏବଂ ସ୍ଥାନୀୟ ଯୁବକମାନଙ୍କୁ ଆମେ ଧନ୍ୟବାଦ ଜଣାଉଛୁ। ଏହି ସେବା କାର୍ଯ୍ୟକ୍ରମରେ ବିଭିନ୍ନ ସହାୟତା ପାଇଁ ହୋତା ଜିଲା ପ୍ରଶାସନ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?