ଜେଏସ୍‌ପିକୁ ସମ୍ମାନଜନକ ଏକ୍ସିଡ୍‌ ସିଏସ୍‌ଆର୍‌ ଆଓ୍ବାର୍ଡ

ଭୁବନେଶ୍ୱର, ୫।୮: ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂସ୍ଥା ତଥା ଅଗ୍ରଣୀ କମ୍ପାନୀ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି) କୁ ନିକଟରେ ଆଉ ଏକ ଜାତୀୟସ୍ତରର ପୁରସ୍କାର ପ୍ରଦାନ କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ/ଉତ୍ତରଦାୟିତ୍ୱ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପଦକ୍ଷେପ ନିମନ୍ତେ ଜେଏସ୍‌ପିକୁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଦ୍ୱାରା ସମର୍ଥିତ ସମ୍ମାନଜନକ ‘ଏକ୍ସିଡ୍‌ ସିଏସ୍‌ଆର୍‌ ଆୱାର୍ଡ-୨୦୨୪’ରେ ସମ୍ମାନିତ କରାଯାଇଛି।
ଉଲ୍ଲେଖଯୋଗ୍ୟ, ୨୦୨୪ ଅଗଷ୍ଟ ୨ରେ ହାଇଦ୍ରାବାଦଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ତେଲଙ୍ଗାନାର କୃଷି ମନ୍ତ୍ରୀ ଟି. ନାଗେଶ୍ୱର ରାଓଙ୍କଠାରୁ ଜେଏସ୍‌ପିର ପ୍ରେସିଡେଣ୍ଟ ତଥା ଗ୍ରୁପ ସିଏସ୍‌ଆର ମୁଖ୍ୟ ପ୍ରଶାନ୍ତ ହୋତା ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କର୍ପୋରେଟ୍‌ ଆଫେୟାର୍ସର ପୂର୍ବତନ ଡିଜି ଡ.ଭାସ୍କର ଚାଟାର୍ଜୀ ଓ ଅନ୍ୟମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ବିଶେଷ କରି ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ସମର୍ଥନରେ ଆୟୋଜିତ ଏହି ସ୍ବତନ୍ତ୍ର ସମ୍ମାନ ଉତ୍ସବ କାର୍ଯ୍ୟକ୍ରମ ସଷ୍ଟେନେବଲ୍‌ ଡେଭେଲପମେଣ୍ଟ ଫାଉଣ୍ଡେଶନ ଦ୍ୱାରା ମିଳିତ ଭାବେ ଆୟୋଜନ କରାଯାଇଥିଲା।
ଏ ସମ୍ପର୍କରେ ଜେଏସ୍‌ପିର ଅଧ୍ୟକ୍ଷ ତଥା ଏମ୍‌ପି ନବୀନ ଜିନ୍ଦଲ କହିଛନ୍ତି, ସ୍ଥାନୀୟ ଜନସାଧାରଣଙ୍କ ଜୀବନଧାରଣ ମାନରେ ନିରନ୍ତର ଉନ୍ନତି ସାଙ୍ଗକୁ ଷ୍ଟିଲ ଆଣ୍ଡ ପାୱାରର ଭିଜନ ଏବଂ ମିଶନରେ ଅନ୍ତର୍ଭୁକ୍ତ ରହିଛି।
ସେହିଭଳି ପିପୁଲ୍‌ ଫାଷ୍ଟ, ନେଶନ୍‌ ଫାଷ୍ଟ’ର ମାର୍ଗଦର୍ଶକ ଦର୍ଶନକୁ ଅନୁସରଣ କରି ଆମେ ସର୍ବଦା ସମାଜ ଓ ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବା ପାଇଁ କାର୍ଯ୍ୟ କରୁଛୁ, ଯାହାଦ୍ୱାରା ଲୋକଙ୍କ ଜୀବନ ଏବଂ ଜୈବ ବିବିଧତାର ଗୁଣବତ୍ତା କ୍ରମାଗତ ଭାବେ ପରବର୍ତ୍ତୀ ଉନ୍ନତସ୍ତରକୁ ପରିବର୍ତ୍ତିତ ହେବ। ଏପରିକି ଜିନ୍ଦଲ ଜୁରି ଏବଂ ଶାଲୁ ଜିନ୍ଦଲଙ୍କ ନେତ୍ୱତ୍ତ୍ୱାଧୀନ ଜେଏସ୍‌ପି ଫାଉଣ୍ଡେଶନକୁ ମଧ୍ୟ ସେ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?