ନିର୍ଦ୍ଦେଶାବଳୀ ପାଳନ କରୁଛି ଜେଏସ୍‌ପିଏଲ୍‌

ଅନୁଗୋଳ ଅଫିସ୍‌, ୬ା୭:  କୋଭିଡ-୧୯ର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଅନୁଗୋଳ ଜିଲା ପ୍ରଶାସନ ଜାରି କରିଥିବା ନିର୍ଦ୍ଦେଶାବଳୀ କଡ଼ାକଡ଼ି ଭାବେ ପାଳନ କରାଯାଉଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌) ପକ୍ଷରୁ କୁହାଯାଇଛି। ସିଏସ୍‌ଆର୍‌ କାର୍ଯ୍ୟକ୍ରମରେ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଶାଲୁ ଜିନ୍ଦଲଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ସହ ସମନ୍ବୟ ରକ୍ଷା କରାଯାଇ ରନ୍ଧା ଖାଦ୍ୟ, ମାସ୍କ, ସାନିଟାଇଜର, ସାବୁନ ବଣ୍ଟନ ସହିତ ସଚେତନତା କାର୍ଯ୍ୟକ୍ରମମାନ କରାଯାଇଆସୁଛି। ଏଥିସହିତ ଏକ ସଂକ୍ରମଣଶୂନ୍ୟ ପରିସର ପାଇଁ କମ୍ପାନୀ ସରକାରଙ୍କ ସମସ୍ତ କଟକଣା ପାଳନ କରୁଥିବା ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛି। କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, କରୋନା ଭଳି ମହାମାରୀ ସମୟରେ ସ୍ଥାନୀୟ ଅଞ୍ଚଳର ଗରିବ ଓ ଅସହାୟ ଲୋକମାନଙ୍କୁ ଶୁଖିଲା, ରନ୍ଧା ଖାଦ୍ୟ ପ୍ରଦାନ ନିମନ୍ତେ କମ୍ପାନୀର ମିଶନ ଜିରୋ ହଙ୍ଗର କାର୍ଯ୍ୟକ୍ରମ ଜାରି ରହିଛି। ୧ ଲକ୍ଷ ୧୦ ହଜାର ମାସ୍କ,୨୫ ହଜାର ସାନିଟାଇଜର, ୧୫ ହଜାର ସାବୁନ ବଣ୍ଟନ କରାଯାଇଛି। କମ୍ପାନୀ ଏହି କାର୍ଯ୍ୟକ୍ରମକୁ ଜିଲା ପ୍ରଶାସନ ଓ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ପ୍ରଶଂସା କରିଛନ୍ତି। କାରଖାନାରେ ସାମାଜିକ ଦୂରତା, ନିୟମିତ ହାତ ଧୋଇବାକୁ ବାଧ୍ୟତାମୂଳକ କରାଯାଇଛି। ବୈଠକ ଗୁଡ଼ିକ ଅନ୍‌ଲାଇନରେ କରାଯାଉଛି। କିଛି ନିର୍ଦ୍ଦିଷ୍ଟ ବିଭାଗ କର୍ମଚାରୀ ଘରେ ରହି କାର୍ଯ୍ୟ କରୁଛନ୍ତି। ଅଧିକ ଟେଷ୍ଟ ପାଇଁ ଚେଷ୍ଟା ଜାରି ରହିଥିବାବେଳେ ବାହାରୁ ଆସୁଥିବା କର୍ମଚାରୀମାନଙ୍କୁ କ୍ବାରାଣ୍ଟାଇନ୍‌କୁ ପଠାଯାଉଛି। କର୍ମ୍ପଚାରୀ, ଶ୍ରମିକ ଓ ସ୍ଥାନୀୟ ଲୋକମାନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ କମ୍ପାନୀ ଦାୟିତ୍ୱବାନ ବୋଲି କମ୍ପାନୀର ପ୍ରବକ୍ତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri