ଆର୍ଥିକ ଦୁର୍ବଳ ମହିଳାଙ୍କ ପାଇଁ ଜେଏସ୍‌ପିଏଲ୍‌ର ‘ସ୍ବୟଂସମ୍ପନ୍ନା ନାରୀ’

ଭୁବନେଶ୍ୱର, ୮।୩(ବ୍ୟୁରୋ):ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌) ଫାଉଣ୍ଡେଶନ୍‌ ପକ୍ଷରୁ ଓଡ଼ିଶା ଓ ଛତିଶଗଡରେ ମହିଳା ଏବଂ ବାଳିକାଙ୍କ ଶିକ୍ଷା ଏବଂ ଦକ୍ଷତା ବିକାଶ ନିମନ୍ତେ ଏକ ଯୋଜନା ‘ଜିନ୍ଦଲ ସ୍ବୟଂ ସମ୍ପନ୍ନା ନାରୀ’ କାର୍ଯ୍ୟକ୍ରମ ସୋମବାର ଦିଲ୍ଲୀରେ ଆରମ୍ଭ ହୋଇଛି। ଏଥିରେ ଆର୍ଥିକ ଦୁର୍ବଳ ବର୍ଗର ମହିଳା ଏବଂ ଯୁବତୀମାନଙ୍କୁ ତାଲିମ ଓ ଉଚ୍ଚ ଶିକ୍ଷା ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଫାଉଣ୍ଡେସନର ଚେୟାରମ୍ୟାନ ଶାଲୁ ଜିନ୍ଦଲ ଉକ୍ତ ଯୋଜନାକୁ ଲୋକାର୍ପିତ କରି କହିଛନ୍ତି, ‘ଏହି ଅନ୍ତର୍ଜାତୀୟ ମହିଳା ଦିବସରେ ଲିଙ୍ଗଗତ ସମାନତା ନିଶ୍ଚିତ କରିବା ନିମନ୍ତେ ସମସ୍ତେ କାର୍ଯ୍ୟ କରିବା’। ସାମାଜିକ ବିକାଶ କାର୍ଯ୍ୟକ୍ରମରେ ଦକ୍ଷତା ଏବଂ ଶିକ୍ଷାରେ ବିନିଯୋଗ ହେଉଛି ମହିଳାମାନଙ୍କର ସର୍ବୋଚ୍ଚ ପ୍ରାଥମିକତା। ଏହି ଦିଗରେ ଗୋଟିଏ ପାଦ ଆଗକୁ ଯାଇ ଫାଉଣ୍ଡେସନ ମହିଳାଙ୍କ ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରୁଛି। ମହିଳାମାନଙ୍କର ରୋଜଗାର କ୍ଷମତା ବୃଦ୍ଧି ସହିତ ସେମାନଙ୍କୁ ସଶକ୍ତ କରିବା ପାଇଁ ଏହି ଯୋଜନା ସହାୟକ ହେବ। ଏହି ଯୋଜନା ପ୍ରଥମେ ଓଡ଼ିଶା ଏବଂ ଛତିଶଗଡରେ ହେବ ବୋଲି ଜିନ୍ଦଲ ସୂଚନା ଦେଇଛନ୍ତି। ତାଲିମ ପରେ ସେମାନେ ଯେକୌଣସି ଦକ୍ଷତା ବିକାଶ ପାଠ୍ୟକ୍ରମ ଚୟନ କରି ରୋଜଗାରକ୍ଷମ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri