ଡରାଇଲା ଆମେରିକାର ଆକଳନ, ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା

Featured Video Play Icon

ନୂଆଦିଲ୍ଲୀ/ଭୁବନେଶ୍ୱର,୨।୧୦: ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା! ଏନେଇ ଆଲର୍ଟ ଜାରି କରିଛି ଆମେରିକାର ପାଣିପାଗ ବିଭାଗ The Joint Typhoon Warning Centre (ଜେଟିଡବ୍ଲ୍ୟୁସି)।

A satellite map of the Bay of Bengal showing a tropical cyclone, labeled as Tropical Cyclone 01B. The image includes cloud formations, a grid overlay, and weather tracking lines with timestamps and wind speeds, such as 30KTS and 35KTS. Visible locations include India, Myanmar, and Sri Lanka. Text overlays include "TROPICAL CYCLONE 01B", "VALID TIME: 01/12/00Z", and "PRODUCT OF JTWC/ATCF".

କିନ୍ତୁ ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ବଙ୍ଗୋପସାଗରରେ ଘନୀଭୂତ ହୋଇଥିବା ଲଘୁଚାପ ଡିପ୍‌ ଡିପ୍ରେସନରେ ପରିଣତ ହୋଇଛି। କିନ୍ତୁ JTWC ଏନେଇ ଆଲର୍ଟ ଜାରି କରିଛି। ଯାହା ଏକ ସମ୍ଭାବ୍ୟ ଘୂର୍ଣ୍ଣିଝଡ଼କୁ ସୂଚିତ କରୁଛି।

A satellite map of the Bay of Bengal showing a tropical cyclone, labeled as Tropical Cyclone 01B. The image includes cloud formations, a grid overlay, and weather tracking lines with timestamps and wind speeds, such as 30KTS and 35KTS. Visible locations include India, Myanmar, and Sri Lanka. Text overlays include "TROPICAL CYCLONE 01B", "VALID TIME: 01/12/00Z", and "PRODUCT OF JTWC/ATCF".

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ହେବ । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ। ଏହ ଆଜି ରାତିରେ କିମ୍ବା କାଲି ସକାଳେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ  ।   ପାରାଦୀପରୁ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ଅଧିକ ସମ୍ଭାବନା ରହିଛି।  ସମ୍ଭାବ୍ୟ ଗଭୀର ଅବପାତ ପ୍ରଭାବରେ  ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି।  ଆଜି ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ଉତ୍ତର ଉପକୂଳର ୧୪ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ସହ ୯ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି ହୋଇଛି। ୩ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri