ଡରାଇଲା ଆମେରିକାର ଆକଳନ, ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା

Featured Video Play Icon

ନୂଆଦିଲ୍ଲୀ/ଭୁବନେଶ୍ୱର,୨।୧୦: ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା! ଏନେଇ ଆଲର୍ଟ ଜାରି କରିଛି ଆମେରିକାର ପାଣିପାଗ ବିଭାଗ The Joint Typhoon Warning Centre (ଜେଟିଡବ୍ଲ୍ୟୁସି)।

A satellite map of the Bay of Bengal showing a tropical cyclone, labeled as Tropical Cyclone 01B. The image includes cloud formations, a grid overlay, and weather tracking lines with timestamps and wind speeds, such as 30KTS and 35KTS. Visible locations include India, Myanmar, and Sri Lanka. Text overlays include "TROPICAL CYCLONE 01B", "VALID TIME: 01/12/00Z", and "PRODUCT OF JTWC/ATCF".

କିନ୍ତୁ ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ବଙ୍ଗୋପସାଗରରେ ଘନୀଭୂତ ହୋଇଥିବା ଲଘୁଚାପ ଡିପ୍‌ ଡିପ୍ରେସନରେ ପରିଣତ ହୋଇଛି। କିନ୍ତୁ JTWC ଏନେଇ ଆଲର୍ଟ ଜାରି କରିଛି। ଯାହା ଏକ ସମ୍ଭାବ୍ୟ ଘୂର୍ଣ୍ଣିଝଡ଼କୁ ସୂଚିତ କରୁଛି।

A satellite map of the Bay of Bengal showing a tropical cyclone, labeled as Tropical Cyclone 01B. The image includes cloud formations, a grid overlay, and weather tracking lines with timestamps and wind speeds, such as 30KTS and 35KTS. Visible locations include India, Myanmar, and Sri Lanka. Text overlays include "TROPICAL CYCLONE 01B", "VALID TIME: 01/12/00Z", and "PRODUCT OF JTWC/ATCF".

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ହେବ । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ। ଏହ ଆଜି ରାତିରେ କିମ୍ବା କାଲି ସକାଳେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ  ।   ପାରାଦୀପରୁ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ଅଧିକ ସମ୍ଭାବନା ରହିଛି।  ସମ୍ଭାବ୍ୟ ଗଭୀର ଅବପାତ ପ୍ରଭାବରେ  ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି।  ଆଜି ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ଉତ୍ତର ଉପକୂଳର ୧୪ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ସହ ୯ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି ହୋଇଛି। ୩ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?