Posted inରାଜ୍ୟ

ସକାଳୁ ସକାଳୁ ବଡ଼ ଘୋଷଣା କଲେ ଜୁଏଲ ଓରାମ, ଭାଜପାର ମୁଣ୍ଡ ବିନ୍ଧିଲା…

ଭୁବନେଶ୍ୱର,୧୨।୭: ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଉ ନିର୍ବାଚନ ଲଢ଼ିବେନି ବୋଲି ଜୁଏଲ ଓରାମ କହିଛନ୍ତି। ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ବଡ଼ ବୟାନ ଦେଇ ଜୁଏଲ ଓରାମ କହିଛନ୍ତି, ଆଉ ନିର୍ବାଚନ ଲଢ଼ିବିନି। ଗତ ନିର୍ବାଚନ ବେଳେ ଘୋଷଣା କରିଛି MP,MLA ପାଇଁ ଲଢ଼ିବି ନାହିଁ।

କେନ୍ଦ୍ରରେ ଓଡ଼ିଶାରୁ ୩ ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ପଦ ମିଳିଛି। ଗତ ମନ୍ତ୍ରିମଣ୍ଡଳରେ ପୂର୍ବରୁ ରହିଆସିଥିବା ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ସାମିଲ ହୋଇଥିବା ବେଳେ ଜୁଏଲ ଓରାମଙ୍କୁ ୫ ବର୍ଷ ପରେ ପୁଣି ସୁଯୋଗ ମିଳିଛି। ସେ ତାଙ୍କର ପୁରୁଣା ମନ୍ତ୍ରଣାଳୟ ଆଦିବାସୀ ବ୍ୟାପାର ପାଇଛନ୍ତି। ଲୋକ ସଭା ଆସନରୁ କ୍ରମାଗତ ବିଜୟୀ ହୋଇଆସୁଥିବା ଜୁଏଲଙ୍କୁ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ମନ୍ତ୍ରୀ ପଦ ମିଳି ନ ଥିଲା। ସେହି ସମୟରେ ଅର୍ଜୁନ ମୁଣ୍ଡାଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଥିବା ଜୁଏଲ ୧୯୯୮ରେ ପ୍ରଥମ କରି ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ଅଟଳ ବିହାରୀ ବାଜପେୟୀଙ୍କ ସରକାର ଦ୍ୱାରା ନୂଆକରି ଗଢ଼ା ଯାଇଥିବା ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟରେ ତାଙ୍କୁ ମନ୍ତ୍ରୀ ପଦ ମିଳିଥିଲା। ୨୦୦୪ରେ ସେ ତୃତୀୟ ଥର ଲାଗି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ହାରିଯାଇଥିଲେ। ୨୦୧୪, ୨୦୧୯ ଏବଂ ୨୦୨୪ରେ ସେ ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ନିର୍ବାଚିତ ହୋଇଛନ୍ତି। ୨୦୧୪ରେ ମୋଦି ସରକାରଙ୍କ ପ୍ରଥମ ପାଳିରେ ଜୁଏଲ ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri