କାନ୍ଦି କାନ୍ଦି ସ୍ତ୍ରୀଙ୍କୁ ଶେଷ ବିଦାୟ ଜଣାଇଲେ ଜୁଏଲ, କହିଲେ ମୋ’ ରାଜନୈତିକ ଜୀବନରେ ବହୁତ…

ଭୁବନେଶ୍ୱର,୧୮ା୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ସେ ୯ ଦିନ ଧରି ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ସ୍ବାମୀ ଜୁଏଲ। ସେ କାନ୍ଦି କାନ୍ଦି କହିଛନ୍ତି, ହଠାତ୍‌ ତାଙ୍କର ରକ୍ତବାନ୍ତି ହେଲା। ସେ ଅଚେତ ହୋଇପଡ଼ିଲେ। ତା’ ପରେ ମେଡିକାଲ ନେଇଯାଇଥିଲୁ। ସେଠାରେ ସେ ଚିକିତ୍ସିତ ହେଉଥିଲେ। ଶେଷରେ ମୋତେ ଛାଡ଼ି ଚାଲିଗଲେ। ଏଥିସହିତ ସେ କହିଛନ୍ତି, ମୋର ରାଜନୈତିକ ଜୀବନରେ ସେ ବହୁତ ବଡ଼ ଦାୟିତ୍ୱ ସମ୍ଭାଳୁଥିଲେ। ତାଙ୍କ ଯୋଗୁ ମୁଁ ଏ ଜାଗାକୁ ଆସିପାରିଛି। ସେ ଘର ସମ୍ଭାଳିବା ସହ ପିଲାମାନଙ୍କ ଦାୟିତ୍ୱ ଠିକ୍‌ ଭାବରେ ନେଉଥିଲେ। ଯେଉଁଥିପାଇଁ ମୁଁ ବାହାରକୁ ଆସି ପାରୁଥିଲି। ତାଙ୍କ ବିୟୋଗରେ ଆମର ବହୁତ ବଡ଼ କ୍ଷତି ହୋଇଛି। ମୁଁ ଜୀବନସାରା ତାଙ୍କୁ ଭୁଲି ପାରିବିନି। ଭଗବାନଙ୍କୁ ଡାକୁଛି ସାତ ଜନ୍ମ ପାଇଁ ସେ ମୋର ସାଥୀ ହୋଇ ରୁହନ୍ତୁ।

ଭୁବନେଶ୍ୱରସ୍ଥିତ ଲୁମ୍ବିନୀବିହାର ବାସଭବନରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ପହଞ୍ଚି ଶେଷ ଦର୍ଶନ କରିଛନ୍ତି। ଆଜି ଝିଙ୍ଗିଆଙ୍କ ମୃତଦେହ ସୁନ୍ଦରଗଡ଼ ଜିଲା କେନ୍ଦୁଡିହିରେ ଶେଷକୃତ୍ୟ ସମ୍ପନ୍ନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ବଡ଼ ଅପ୍‌ଡେଟ୍‌: ସବୁ ପରୀକ୍ଷା କେନ୍ଦ୍ରରେ ଲାଗିବ…

ଭୁବନେଶ୍ୱର,୯।୯: ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା...

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ...

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ...

ବନ୍ଦ ଘର ଭିତରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ,୯ା୯: କଟକ ସିଡିଏ ସେକ୍ଟର-୯ସ୍ଥିତ ବନ୍ଦ ଘରୁ ସୋମବାର ଜଣେ ଅଧ୍ୟାପିକାଙ୍କ ମୃତଦେହ ଜବତ କରାଯାଇଛି। ମୃତ ଅଧ୍ୟାପିକା ଜଣକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ...

ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି

ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି।...

ଆଜିଠାରୁ ଭିତରକନିକାରେ ଦେଶୀ ପକ୍ଷୀ ଗଣନା

ରାଜନଗର,୯ା୯(ଭାସ୍କର ରାଉତରାୟ): ଭିତରକନିକାରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି। ଏମାନଙ୍କ ଗଣନା ସୋମବାରଠାରୁ ଆରମ୍ଭ ହେବ। କନିକା ରେଞ୍ଜ ଅଧୀନ ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ମଠଆଡ଼ିଆ...

୭ ମାସ ଧରି ୭ ଯୁବକ କରୁଥିଲେ ଗଣବଳାତ୍କାର: ରାତିଅଧରେ ଆସି ଯୁବତୀଙ୍କୁ ଛାତକୁ ଟେକି ନେଉଥିଲେ, ପରେ…

ଢେଙ୍କାନାଳ, ୯।୯: ଜଣେ ଯୁବତୀଙ୍କୁ ବଳାତ୍କାର ମାମଲାରେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri