Posted inଜାତୀୟ

ବିଲକିସ ବାନୋ ମାମଲାରୁ ନିଜକୁ ଅଲଗା କଲେ ବିଚାରପତି ବେଲା ତ୍ରିବେଦୀ…

ନୂଆଦିଲ୍ଲୀ,୧୩।୧୨ : ଗଣ ବଳାତ୍କାର ଓ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ ମୁକ୍ତ କରିବାକୁ ଚ୍ୟାଲେଞ୍ଜ କରି ଗୁଜରାଟ ଦଙ୍ଗାର ପୀଡିତା ବିଲକିସ ବାନୋଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ବେଲା ଏମ ତ୍ରିବେଦୀ ନିଜକୁ ଏହି ମାମଲାରୁ ଅଲଗା କରିଛନ୍ତି। ମଙ୍ଗଳବାର ଜଷ୍ଟିସ ଅଜୟ ରାସ୍ତୋଗୀ ଏବଂ ଜଷ୍ଟିସ ବେଲା ଏମ ତ୍ରିବେଦୀଙ୍କ ଏକ ବେଞ୍ଚ ଦ୍ୱାରା ଏହି ମାମଲାର ଶୁଣାଣି ପୂର୍ବରୁ ଏହା ଜଣାପଡ଼ିଥିଲା। ଜଷ୍ଟିସ ରାସ୍ତୋଗୀ କହିତତ୍ଲେ ଯେ ଜଷ୍ଟିସ ତ୍ରିବେଦୀ ଏହି ମାମଲାର ଶୁଣାଣି କରିବାକୁ ଚାହୁଁନାହାଁନ୍ତି।]

ଏହା ସହିତ ଜଷ୍ଟିସ ରାସ୍ତୋଗୀଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ମାମଲାକୁ ତାଲିକାଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଯେଉଁଠି ଏହି ବେଞ୍ଚର କୌଣସି ବିଚାରପତିଙ୍କୁ ନେଇ ତାହା ଗଠିତ ହୋଇ ନଥିବ। ତେବେ ଜଷ୍ଟିସ ତ୍ରିବେଦୀଙ୍କ ମାମଲାରୁ ଅଲଗା ହେବାର କୌଣସି କାରଣ ଦର୍ଶାଇ ନାହାନ୍ତି।

ବିଲକିସ ବାନୋ ସୁପ୍ରିମକୋର୍ଟରେ ଏକ ପୃଥକ ଆବେଦନ କରିଛନ୍ତି, ଜଣେ ଦୋଷୀ ସାବ୍ୟସ୍ତ ହେବାପରେ ସର୍ବୋଚ୍ଚ ନ୍ୟାୟାଳୟଙ୍କର ୧୩ ମେ ୨୦୨୨ ଆଦେଶର ସମୀକ୍ଷା କରିବାକୁ ଚାହୁଁଛନ୍ତି। କୋର୍ଟ ତାଙ୍କ ଆଦେଶରେ ଗୁଜରାଟ ସରକାରଙ୍କୁ ୯ ଜୁଲାଇ ୧୯୯୨ ର ଏକ ନୀତି ଅନୁଯାୟୀ ଦୋଷୀଙ୍କୁ ସମୟ ପୂର୍ବରୁ ମୁକ୍ତ କରିବା ପାଇଁ ଆବେଦନ କରିବାକୁ କହିଥିଲେ।

ଏହା ପରେ, ଚଳିତ ବର୍ଷ ଅଗଷ୍ଟ ୧୫ରେ ଗୁଜୁରାଟ ସରକାର ସମସ୍ତ ୧୧ଦୋଷୀଙ୍କୁ ମୁକ୍ତ କରି ସେମାନଙ୍କୁ ଦଣ୍ଡରୁ ମୁକ୍ତ କରିଥିଲେ। ବିଲକିସ ବାନୋ ତାଙ୍କ ପିଟିଶନରେ କହିଛନ୍ତି ଯେ ଗୁଜରାଟ ସରକାର ତାଙ୍କ ମୁକ୍ତି ସମ୍ପର୍କରେ ସୁପ୍ରିମକୋର୍ଟ ଦେଇଥିବା ଆଇନକୁ ଅଣଦେଖା କରି ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri