Posted inଜାତୀୟ

ବିଲକିସ ବାନୋ ମାମଲାରୁ ନିଜକୁ ଦୂରେଇ ରଖିଲେ ବିଚାରପତି ବେଲା ତ୍ରିବେଦୀ…

ନୂଆଦିଲ୍ଲୀ,୪।୧ : ଜଷ୍ଟିସ ବେଲା ଏମ ତ୍ରିବେଦୀ ସୁପ୍ରିମକୋର୍ଟର ବେଞ୍ଚରୁ ବିଲକିସ ବାନୋ ମାମଲାରେ ୧୧ ଜଣ ଦୋଷୀଙ୍କୁ ମୁକ୍ତ କରିବା ମାମଲାର ଶୁଣାଣିରୁ ନିଜକୁ ଦୂରେଇ ରଖିଛନ୍ତି। ଉଲ୍ଲେଖନୀୟ ବିଷୟ ହେଉଛି, ୨୦୦୨ ଗୋଧ୍ରା ଦଙ୍ଗାରେ ବିଲକିସ ବାନୋଙ୍କୁ ଗଣ ବଳାତ୍କାର କରି ତାଙ୍କ ପରିବାରର ୭ଜଣ ସଦସ୍ୟଙ୍କୁ ହତ୍ୟା କରିଥିବା ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ତେବେ ଗୁଜରାଟ ସରକାର ତାଙ୍କୁ ଗତ ବର୍ଷ ମୁକ୍ତ କରିଥିଲେ।

ସେହି ପରିପ୍ରେକ୍ଷୀରେ ଜଷ୍ଟିସ ଅଜୟ ରସ୍ତୋଗୀ ଏବଂ ଜଷ୍ଟିସ ବେଲା ଏମ ତ୍ରିବେଦୀଙ୍କ ଏକ ବେଞ୍ଚ ସିପିଆଇ (ଏମ) ନେତା ସୁଭାଷିନୀ ଅଲି, ସାମ୍ବାଦିକ ରେବତୀ ଲାଲ, ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ରୁପ ରେଖା ବର୍ମା ଏବଂ ଟିଏମସି ଏମ୍‌ ପି ମହୁଆ ମୋଇତ୍ରଙ୍କ ଆବେଦନର ଶୁଣାଣି ଆରମ୍ଭ କରିଛନ୍ତି।

ଜଷ୍ଟିସ ରସ୍ତୋଗୀ ମଧ୍ୟ ଶୁଣାଣିରୁ ନିଜକୁ ଦୂରେଇ ରଖିଛନ୍ତି। ଜଷ୍ଟିସ ରସ୍ତୋଗୀ ମଧ୍ୟ ଏହି ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରିଛନ୍ତି। ସେ କହିଥିଲେ ଯେ ଯେହେତୁ ମୋର ସାଥୀ ବିଚାରପତି ପୀଡିତାଙ୍କ ଆବେଦନ ଶୁଣିବା ପୂର୍ବରୁ ନିଜକୁ ଦୂରେଇ ରଖିଛନ୍ତି, ତେଣୁ ମୁଁ ମଧ୍ୟ ଏହି ମାମଲାର ଶୁଣାଣିରୁ ନିଜକୁ ଦୂରେଇ ରଖିବାକୁ ଚାହୁଁଛି।

ଜଷ୍ଟିସ ରସ୍ତୋଗୀ କହିଛନ୍ତି ଯେ ବର୍ତ୍ତମାନ ପୀଡିତା ଦୋଷୀଙ୍କୁ ଖଲାସ ଯାଇଥିବା ନେଇ ଶୀର୍ଷକୋର୍ଟରେ ପହଞ୍ଚିଛନ୍ତି, ତେଣୁ ତାଙ୍କ ଆବେଦନକୁ ଏକ ପ୍ରମୁଖ ପ୍ରସଙ୍ଗ ଭାବେ ଗ୍ରହଣ କରାଯିବ। ସେ କହିଛନ୍ତି ଯେ ଯେତେବେଳେ ବିଚାରପତିଙ୍କ ଭିନ୍ନ ସଂରଚନା ସହିତ ବେଞ୍ଚ ବସିବ, ବାକି ଆବେଦନଗୁଡିକ ତାଙ୍କ ଆବେଦନ ସହିତ ମିଶ୍ରିତ ହେବ। ବେଞ୍ଚ କହିଛନ୍ତି, ଆମେ ଆସନ୍ତା ଦିନରେ ସମସ୍ତ ବିଷୟ ତାଲିକାଭୁକ୍ତ କରିବୁ ଏବଂ ସମସ୍ତ ଆବେଦନ ସହିତ ସଂଲଗ୍ନ କରିବୁ। ସେତେବେଳକୁ ସମସ୍ତ ତର୍କ ସମାପ୍ତ ହେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri