କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସିନିୟର ସିଭିଲ ଜଜ୍‌ ତଥା ଆଇନ ସେବା କମିଟିର ଅଧ୍ୟକ୍ଷା ସୁମିତା ଆଚାର୍ଯ୍ୟ ଓ ପ୍ରଥମଶ୍ରେଣୀ ବିଚାରପତି ଅନନ୍ୟା ଅପର୍ମିତା ଯୋଗଦେଇ ବିଭିନ୍ନ ପ୍ରକାରର ଔଷଧିୟ ଓ ମୂଲ୍ୟବାନ ଚାରା ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମର ତାତ୍ପର୍ଯ୍ୟ ସହ ବୃକ୍ଷର ଆବଶ୍ୟକତା, ଉପକାରିତା ସମ୍ପର୍କରେ ଆଲୋକପାତ କରି ସବୁଜ ପରିବେଶ ସୃଷ୍ଟି ଲାଗି ସଚେତନ କରାଇ ବିଭିନ୍ନ ସ୍ଥାନରେ ଅଧିକରୁ ଅଧିକ ବୃକ୍ଷରୋପଣ କରିବାକୁ ପରାମର୍ଶ ଦେଇଥିଲେ। ଏଥିରେ ଓକିଲ ସଂଘ ସଭାପତି ପ୍ରକାଶଚନ୍ଦ୍ର ତ୍ରିପାଠୀ, ସମ୍ପାଦକ ରବୀନ୍ଦ୍ର ସାହୁ , ନରସିଂହ ଦାସ ହାଇସ୍କୁଲର ଶିକ୍ଷକ ବୃନ୍ଦାବନ ଡାକୁଆ, ଫରେଷ୍ଟର ଉର୍ମିଳା ବେହେରାଙ୍କ ସମେତ ବହୁ ଓକିଲ,ଛାତ୍ରୀଛାତ୍ର ଯୋଗଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ମନ ନିୟନ୍ତ୍ରଣ ରଖିଲେ ନିଶାକୁ ଦୂରେଇ ହେବ: ନିଶାମୁକ୍ତ ଭାରତ ଲକ୍ଷ୍ୟ

ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ନିଶାମୁକ୍ତ ଭାରତ’ ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri