Posted inଜାତୀୟ

କାର୍‌ରେ ଗଳିକନ୍ଦି ବୁଲି କରୋନା ସଚେତନତା ସୃଷ୍ଟି କରୁଛନ୍ତି ବିଚାରପତି, ଲୋକେ କହିଲେ…

ଭୋପାଳ,୧୦।୪: ମଧ୍ୟପ୍ରଦେଶର ଖରଗୋନରେ ଲକ୍‌ଡାଉନ ହେବାର ୫ ଘଣ୍ଟା ପୂର୍ବରୁ ଜଜ୍‌ ନିଜେ କାର୍‌ରେ ବସି ମାଇକ୍‌ ଯୋଗେ କରୋନା ସଚେତନତା ବାର୍ତ୍ତା ଦେଉଥିବା ଦେଖିବାକୁ ମିଳିଛି। ବିଚାରପତିଙ୍କ ଏପରି ଜନ ଜାଗରଣ ଦେଖି ଲୋକେ ତାଙ୍କୁ ଉତ୍ସାହିତ କରିବା ସହ ପ୍ରଶଂସା ବି କରୁଛନ୍ତି। ଖରଗୋନରେ ପ୍ରଥମ ଥର ପାଇଁ ଏମିତି କରିଛନ୍ତି ଜିଲା ଜଜ୍‌ ସୁଭାଷ ସୋଲାଙ୍କି। ସହରର ପ୍ରତ୍ୟେକ ଗଳିକନ୍ଦିରେ ସେ ଜନ ସଚେତନତା ସୃଷ୍ଟି କରୁଛନ୍ତି।

ଜଜ୍‌ଙ୍କ ଏପରି ଘୋଷଣା କରୁଥିବା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଜଜ୍‌ ମାଇକ୍‌ ହାତରେ ଧରି ମାସ୍କ ଲଗାଇ ଘୋଷଣା କରିଥିଲେ ଯେ, କରୋନା ମହାମାରୀ ସମୟରେ ଆପଣମାନେ ଜାଗ୍ରତ ହେବା ଦରକାର। ଜଜ୍‌ଙ୍କ ଏପରି ଘୋଷଣା ଶୁଣି ସମସ୍ତ ଦୋକାନୀ ବାହାରକୁ ଚାଲିଆସିଥିଲେ ତାଙ୍କ ସହ ମିଶି ସଚେତନତା ସୃଷ୍ଟି କରିଥିଲେ। ରାଜ୍ୟ ଆଇନ ସେବା ପ୍ରାଧିକରଣ, ଜବଲପୁର ଏବଂ ଜିଲା ଆଇନ ସେବା ପ୍ରାଧିକରଣ ମଣ୍ଡଳେଶ୍ୱର ଏହା ଅନୁଭବ କରିଥିଲେ ଯେ, ସମସ୍ତ ଲୋକଙ୍କୁ ଏହି ବିଷୟରେ ସଚେତନତ କରିବା ଜରୁରୀ। ଜଜ୍‌ ସମସ୍ତ ଦୋକାନୀଙ୍କୁ ଅନୁରୋଧ କରିଛନ୍ତି କି, ଭାଇମାନେ ଆପଣ ସମସ୍ତେ ମାସ୍କ ପିନ୍ଧନ୍ତୁ। ମାସ୍କକୁ ଶତ ପ୍ରତିଶତ ଉପଯୋଗ କରନ୍ତୁ। ମୁହଁ ସହିତ ନାକକୁ ମଧ୍ୟ ସମ୍ପୂର୍ଣ୍ଣ ଘୋଡ଼ାଇ ରଖନ୍ତୁ। ଜଜ୍‌ ସହରର ଗଳିକନ୍ଦିରେ ଏମିତି ଜାଗରଣ ସୃଷ୍ଟି କରି କୋର୍ଟରେ ପହଞ୍ଚତ୍ଥିଲେ। ଜଜ୍‌ଙ୍କ ଏପରି ଜନହିତକର କାର୍ଯ୍ୟ ଅନ୍ୟମାନଙ୍କ ପାଇଁ ନିଶ୍ଚିତ ପ୍ରେରଣା ଯୋଗାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?