ଗଛ ଲଗାଇ ‘ବନ ମହୋତ୍ସବ ସପ୍ତାହ’ ଶୁଭାରମ୍ଭ କଲେ ବିଚାରପତି

କେସିଙ୍ଗା,୧/୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ତାଲୁକ ଆଇନ ସେବା ସମିତି ତରଫରୁ ‘ବନ ମହୋତ୍ସବ ସପ୍ତାହ’ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକର ଦେଓଗାଁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ କେସିଙ୍ଗା ଜେଏମଏଫସି ଅଦାଲତର ବିଚାରପତି ଦୀପ୍ତା ସେଠୀ ଯୋଗ ଦେଇ ସପ୍ତାହ ପର୍ଯ୍ୟନ୍ତ ଚାଲିବାକୁ ଥିବା ବନ ମହୋତ୍ସବ ସପ୍ତାହ ପାଳନ ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟ ପରିସରରେ ସେ ବୃକ୍ଷ ରୋପଣ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମ୍ମୁଖ କାର୍ଯ୍ୟାଳୟ ଆଇନ ପରାମର୍ଶଦାତା ସୁକାନ୍ତ କୁମାର ପଧାନ, କେସିଙ୍ଗା ବନାଞ୍ଚଳ ଅଧିକାରୀ ସ୍ନିଗ୍ଧାସରିତା ବଳିଆରସିଂ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାମଚନ୍ଦ୍ର ସା, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ବର୍ଣ୍ଣଲତା ଉପାଧ୍ୟାୟଙ୍କ ସମେତ ବିଦ୍ୟାଳୟର ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ, ବନାଞ୍ଚଳ କର୍ମଚାରୀ ବୃନ୍ଦ ଏବଂ ସ୍କୁଲ ଛାତ୍ରୀଛାତ୍ରମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଏହି ବନ ମହୋତ୍ସବ ସପ୍ତାହ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଜୁଲାଇ ୧ ରୁ ୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri