Posted inଜାତୀୟ

ବିଚାରପତି ସମ୍ରାଟ ନୁହନ୍ତି

ନୂଆଦିଲ୍ଲୀ, ୧୧।୭(ଆଇଏଏନ୍‌ଏସ୍‌): ସରକାରୀ ଅଧିକାରୀମାନଙ୍କୁ ଅଯଥା ବାରମ୍ବାର ଅଦାଲତକୁ ଡକାଯାଉଥିବାରୁ ଏଥିରେ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଚାରପତିମାନେ ସେମାନଙ୍କ କ୍ଷମତାର ସୀମା ଜାଣିବା ଆବଶ୍ୟକ। ସେମାନେ ସମ୍ରାଟଙ୍କ ଭଳି ବ୍ୟବହାର ନ କରି ବିନୟ ଏବଂ ନମ୍ର ଆଚରଣ କରିବା ଉଚିତ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଜଷ୍ଟିସ୍‌ ସଞ୍ଜୟ କିଶନ କୌଲ ଏବଂ ହେମନ୍ତ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଥିଲେ, କେତେକ ହାଇକୋର୍ଟରେ ସାମାନ୍ୟ କଥାରେ ଅଫିସରମାନଙ୍କୁ ଡାକି ସେମାନଙ୍କ ଉପରେ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷରେ ଚାପ ପକାଯାଉଛି। ଖଣ୍ଡପୀଠ କହିଛନ୍ତି, ନ୍ୟାୟପାଳିକା ଏବଂ କାର୍ଯ୍ୟନିର୍ବାହୀ ମଧ୍ୟରେ କ୍ଷମତାର ସୀମାରେଖା ରହିଛି। ଅଫିସରମାନଙ୍କୁ ସମନ କରିବା ଓ ନିର୍ଦ୍ଦେଶ ପାଳନ ଲାଗି ସେମାନଙ୍କ ଉପରେ ଚାପ ପକାଇବା ଦ୍ୱାରା ଏହି ସୀମାର ଉଲ୍ଲଂଘନ ହେଉଛି। ବାରମ୍ବାର ଅଫିସରମାନଙ୍କୁ ଡକାଇବା ଆଦୌ ଠିକ୍‌ ନୁହେଁ । ସେହିପରି କଠୋର ଶବ୍ଦରେ ନିନ୍ଦା କରିବା ମଧ୍ୟ ଗ୍ରହଣୀୟ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ଆଲ୍ଲାହାବାଦ ହାଇକୋର୍ଟ ଉତ୍ତରପ୍ରଦେଶ ସ୍ବାସ୍ଥ୍ୟ ସଚିବଙ୍କୁ ବାରମ୍ବାର ସମନ କରୁଥିବାରୁ ଏହା ବିରାଧରେ ଏକ ଅପିଲ୍‌ର ଶୁଣାଣି କରି ଶୀର୍ଷ ଅଦାଲତ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଅଫିସରମାନଙ୍କ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ନ୍ୟସ୍ତ କରାଯାଇଛି। ସେମାନଙ୍କୁ ସମନ କରିବା ଦ୍ୱାରା ଜନସ୍ବାର୍ଥ ସମ୍ବଳିତ କାର୍ଯ୍ୟ ବିଳମ୍ବ ହେଉଛି ଓ ସେମାନଙ୍କ ଉପରେ କାର୍ଯ୍ୟବୋଝ ବଢ଼ୁଛି। ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ସେମାନଙ୍କର ନିଷ୍ପତ୍ତି ନେବାରେ ବିଳମ୍ବ ହେଉଛି ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri