Posted inଜାତୀୟ

ମିଡିଆକୁ ସାକ୍ଷାତ୍‌କାର ଦେଇପାରିବେନି ବିଚାରପତି

ନୂଆଦିଲ୍ଲୀ,୨୫ା୪: ବିଚାରାଧୀନ ମାମଲା ଉପରେ ବିଚାରପତିମାନେ ସାକ୍ଷାତ୍‌କାର ଦେଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର ଟିପ୍ପଣୀ ଦେଇଛନ୍ତି। ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଲାଞ୍ଚ କାରବାର ମାମଲା ବିଚାରାଧୀନ ଥିବାବେଳେ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅଭିିଜିତ୍‌ ଗଙ୍ଗୋପାଧ୍ୟାୟ ଏକ ନ୍ୟୁଜ୍‌ ଚ୍ୟାନେଲ୍‌କୁ ସାକ୍ଷାତ୍‌କାର ଦେଇଥିଲେ। ଏନେଇ କୋଲକାତା ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ୪ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶୁଣାଣି ବେଳେ କହିଛନ୍ତି, ବିଚାରାଧୀନ ମାମଲା ଉପରେ ସାକ୍ଷାତ୍‌କାର ଦେବା ବିଚାରପତିଙ୍କ କାର୍ଯ୍ୟ ନୁହେଁ। ସିଜେଆଇଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ପି.ଏସ୍‌. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଜଷ୍ଟିସ୍‌ ଗଙ୍ଗୋପାଧ୍ୟାୟଙ୍କ ସାକ୍ଷାତ୍‌କାରକୁ ଅତ୍ୟନ୍ତ ଗୁରୁତର ସହ ନେଇଛନ୍ତି। ଟିଭି ଚ୍ୟାନେଲ ଏବିପି ଆନନ୍ଦକୁ ଜଷ୍ଟିସ୍‌ ଗଙ୍ଗୋପାଧ୍ୟାୟ ଦେଇଥିବା ସାକ୍ଷାତ୍‌କାରର ଏକ ଅନୂଦିତ ପ୍ରତିଲିପି ଆବେଦନକାରୀ ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ସର୍ବୋଚ୍ଚ ଅଦାଲତରେ ଉପସ୍ଥାପନ କରିଥିଲେ। ଗୁରୁବାର ପୂର୍ବରୁ ସତ୍ୟପାଠ ଦାଖଲ କରିବାକୁ ରେଜିଷ୍ଟ୍ରାର ଜେନେରାଲଙ୍କୁ କୁହାଯିବା ସହ ପରବର୍ତ୍ତୀ ଶୁଣାଣି ଶୁକ୍ରବାରକୁ ଧାର୍ଯ୍ୟ କରାଯାଇଛି।
ତେବେ ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦୁର୍ନୀତି ଅଭିଯୋଗ ଉପରେ ତଦନ୍ତ ଚଳାଇଥିଲେ, ଏହା ଉପରେ କୋର୍ଟ ନିର୍ଦ୍ଦେଶ ପ୍ରତିବନ୍ଧକ ହେବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। କୋର୍ଟଙ୍କ ରାୟ ଯୋଗୁ ତଦନ୍ତ ବାଧାପ୍ରାପ୍ତ ହୋଇପାରେ କି ବୋଲି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ ଏସ୍‌.ଭି. ରାଜୁ ପ୍ରଶ୍ନ କରିବାରୁ ଖଣ୍ଡପୀଠ ଉପରୋକ୍ତ ମତ ଦେଇଥିଲେ। ଉକ୍ତ ସାକ୍ଷାତ୍‌କାରରେ ବିଚାରପତି ଟିଏମ୍‌ସି ଏମ୍‌ପି ତଥା ଦଳର ସାଧାରଣ ସମ୍ପାଦକଙ୍କ ବିରୋଧରେ କହିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri