‘ବିଚାରପତି ପ୍ରଭାବିତ ନ ହେବା ଉଚିତ୍‌’

କଟକ ଅଫିସ,୮।୧: ନବନିଯୁକ୍ତ ୫୦ ଜଣ ସିଭିଲ୍‌ ଜଜ୍‌ଙ୍କ ଶପଥ ଗ୍ରହଣ ଉତ୍ସବ କଟକସ୍ଥିତ ଓଡ଼ିଶା ଜୁଡିସିଆଲ୍‌ ଏକାଡେମୀରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ସିଭିଲ ଜଜ୍‌ମାନଙ୍କୁ ଶପଥପାଠ କରାଇଥିଲେ। ଏହି ଅବସରରେ ସେ କହିଥିଲେ, ବିଚାରପତି ବୃତ୍ତି ଏକ ନୀରବଚ୍ଛିନ୍ନ ଶିକ୍ଷା ଆହରଣର ପ୍ରକ୍ରିୟା। କୋର୍ଟରେ ମାମଲାର ବିଚାର କଲାବେଳେ ଜଣେ ବିଚାରପତି ନିଜର ବ୍ୟକ୍ତିଗତ ଜୀବନ ଓ ପାରିବାରିକ ପରିସ୍ଥିତି ଦ୍ୱାରା ପ୍ରଭାବିତ ନ ହେବା ଉଚିତ୍‌। ଜଣେ ବିଚାରପତି ମାନସିକ ଓ ଶାରୀରିକ ଭାବେ ସୁସ୍ଥ ରହିବା ସହ ଆବେଗପୂର୍ଣ୍ଣ ହେବା ଅପରିହାର୍ଯ୍ୟ ବୋଲି ସେ କହିଥିଲେ। ଜୁଡିସିଆଲ୍‌ ଏକାଡେମୀ ତାଲିମ୍‌ ସମିତିର ଅଧ୍ୟକ୍ଷ ତଥା ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଯୋଗଦେଇ ନ୍ୟାୟିକ ପ୍ରଶିକ୍ଷଣର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋକପାତ କରି ନବନିଯୁକ୍ତ ଜଜ୍‌ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଜୁଡିସିଆଲ୍‌ ଏକାଡେମୀ ତାଲିମ ସମିତିର ସଦସ୍ୟ ଜଷ୍ଟିସ ଡ. ସଞ୍ଜୀବ କୁମାର ପାଣିଗ୍ରାହୀ ସ୍ବାଗତ ଭାଷଣ ଦେଇଥିଲେ। ହାଇକୋର୍ଟ ବିଚାରପତି ଶଶିକାନ୍ତ ମିଶ୍ର, ବିଚାରପତି ଭି. ନରସିଂହ, ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ସମେତ ଜୁଡିସିଆଲ୍‌ ଏକାଡେମୀ ଟ୍ରେନିଂ କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ନବନିଯୁକ୍ତ ସିଭିଲ୍‌ ଜଜ୍‌ମାନଙ୍କ ପରିବାର ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ଜୁଡିସିଆଲ୍‌ ଏକାଡେମୀର କାର୍ଯ୍ୟକାରୀ ନିର୍ଦ୍ଦେଶକ ବଦ୍ରିନାରାୟଣ ନନ୍ଦ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri