Posted inଜାତୀୟ

ନାଗରିକତ୍ୱ ଆଇନର ଧାରା ୬-ଏ କୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ରାୟ ସଂରକ୍ଷିତ, ସମ୍ବିଧାନ ବେଞ୍ଚରେ ଶୁଣାଣି ଶେଷ …

ନୂଆଦିଲ୍ଲୀ,୧୨।୧୨ : ସୁପ୍ରିମକୋର୍ଟର ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚ ନାଗରିକତ୍ୱ ଆଇନର ଧାରା ୬-ଏ ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ନିଜର ରାୟ ସଂରକ୍ଷିତ ରଖିଛନ୍ତି। ଆସାମ ଚୁକ୍ତିନାମାକୁ ଆଗକୁ ନେବା ପାଇଁ ୧୯୮୫ ରେ ଏକ ସଂଶୋଧନ ମାଧ୍ୟମରେ ଏହି ବିଭାଗକୁ ସମ୍ବିଧାନରେ ଅନ୍ତର୍ଭୁକ୍ତ କରାଯାଇଥିଲା ।

ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚ ଏହି ମାମଲାର ଶୁଣାଣି କରିଥିଲେ। ଏହି ରାୟ ସଂରକ୍ଷଣ ପୂର୍ବରୁ ଚାରି ଦିନ ପାଇଁ ଆଟର୍ନି ଜେନେରାଲ ଆର ଭେଙ୍କଟାରମଣି, ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା, ବରିଷ୍ଠ ଓକିଲ ଶ୍ୟାମ ଦିଓ୍ବାନ, କପିଲ ସିବଲ ଏବଂ ଅନ୍ୟମାନଙ୍କ ଯୁକ୍ତି ଶୁଣାଣି କରିଥିଲେ। ୍‌ଧାରା ୬-ଏ ର ସାମ୍ବିଧାନିକ ବୈଧତାକୁ ନେଇ ୧୭ ଟି ଆବେଦନ କରାଯାଇଥିଲା। ଆସାମ ଚୁକ୍ତିନାମା ଅନୁଯାୟୀ ଧାରା ୬-ଏ ସମ୍ବିଧାନର ନାଗରିକତ୍ୱ ଅଧିନିୟମରେ ଅନ୍ତର୍ଭୁକ୍ତ ଲୋକଙ୍କ ନାଗରିକତ୍ୱ ସହିତ ଜଡିତ ଏକ ସ୍ବତନ୍ତ୍ର ବ୍ୟବସ୍ଥା ଭାବରେ ଅନ୍ତର୍ଭୁକ୍ତ କରାଯାଇଥିଲା ।

ଆଇନର ଏହି ବ୍ୟବସ୍ଥାରେ ଉଲ୍ଲେଖ କରାଯାଇଛି, ଯେଉଁମାନେ ୧ ଜାନୁଆରୀ ୧୯୬୬ ରେ କିମ୍ବା ପରେ ୨୫ ମାର୍ଚ୍ଚ ୧୯୭୧ ପୂର୍ବରୁ ବାଂଲାଦେଶ ସମେତ ଉଲ୍ଲେଖିତ ଅଞ୍ଚଳରୁ ଆସାମକୁ ଆସିଛନ୍ତି ଏବଂ ଭାରତରେ ରହୁଛନ୍ତି, ସେମାନେ ୧୯୮୫ ର ନାଗରିକତା ସଂଶୋଧନ ଅଧିନିୟମ ଅଧୀନରେ ନାଗରିକତା ପାଇଁ ଯୋଗ୍ୟ ହେବେ। ବିଭାଗ ୧୮ ଅନୁଯାୟୀ ସେମାନଙ୍କୁ ପଞ୍ଜିକରଣ କରିବାକୁ ପଡିବ। ଆଇନର ଏହି ବ୍ୟବସ୍ଥା ୨୫ ମାର୍ଚ୍ଚ ୧୯୭୧ କୁ ବାଂଲାଦେଶରୁ ଆସାମକୁ ଆସିଥିବା ଲୋକଙ୍କ ପାଇଁ ‘କଟ ଅଫ ତାରିଖ’ ଭାବରେ ସ୍ଥିର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri