Posted inଜାତୀୟ

ସେସନ୍ସ କୋର୍ଟରେ ରାୟ ସଂରକ୍ଷିତ

ସୁରଟ, ୧୪ା୪: ‘ସବୁ ମୋଦି ଚୋର’ ମନ୍ତବ୍ୟ ପାଇଁ ମାନହାନି ମାମଲାରେ ମାଜିଷ୍ଟ୍ରେଟ କୋର୍ଟ ଦ୍ୱାରା ଦୋଷୀସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ତଥା ପୂର୍ବତନ ଏମ୍‌ପି ରାହୁଲ ଗାନ୍ଧୀ ଏହା ଉପରେ ସ୍ଥଗିତାଦେଶ ଲାଗି ସୁରଟ ସେସନ୍ସ କୋର୍ଟରେ ଆବେଦନ କରିଥିଲେ। ଗୁରୁବାର ଉକ୍ତ ଅଦାଲତ ଉକ୍ତ ପିଟିଶନ୍‌ର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଆସନ୍ତା ୨୦ ତାରିଖରେ ସେସନ୍ସ ଜଜ୍‌ ରବିନ ମୋଗେରା ରାୟ ଶୁଣାଇବେ। ରାୟ ସଂରକ୍ଷିତ ରଖିବା ପୂର୍ବରୁ ବିଚାରପତି ଉଭୟ ରାହୁଲ ଏବଂ ଅଭିଯୋଗକାରୀ ଭାଜପା ନେତା ପୂର୍ଣ୍ଣେଶ ମୋଦିଙ୍କ ବୟାନ ଶୁଣିଥିଲେ।
ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାରରେ ରାହୁଲ ଭାଷଣ ଦେଲାବେଳେ ସବୁ ଚୋରଙ୍କ ସାଙ୍ଗ୍ୟା ମୋଦି କାହିଁକି ବୋଲି କହିଥିଲେ। ଏନେଇ ପୂର୍ଣ୍ଣେଶ ଦାଏର କରିଥିବା ମାନହାନି ମାମଲାରେ ସୁରଟ ମାଜିଷ୍ଟ୍ରେଟ କୋର୍ଟ ଗତ ମାସ ୨୩ରେ ରାହୁଲଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏହାର ଦିନକ ପରେ ରାହୁଲଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହୋଇଯାଇଥିଲା। ଉକ୍ତ ରାୟକୁ ଚ୍ୟାଲେଞ୍ଜ କରି ରାହୁଲ ସୁରଟ ସେସନ୍ସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ରାହୁଲଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଆର୍‌.ଏସ୍‌. ଚିମା ଉପସ୍ଥିତ ରହି ଅଦାଲତଙ୍କୁ କହିଥିଲେ, ମାନହାନି ଆଇନ ଅନୁଯାୟୀ ଯାହାଙ୍କର ସମ୍ମାନ ହାନି ହୋଇଥିବ, କେବଳ ସେହି ବ୍ୟକ୍ତି ହିଁ ମାମଲା ଦାଏର କରିପାରିବେ। ପୂର୍ଣ୍ଣେଶ ମୋଦି ମାନହାନି ମାମଲା ଦାଏର କରିବା କେତେଦୂର ଯୁକ୍ତିଯୁକ୍ତ, ଅଦାଲତ ତାହା ଅନୁଧ୍ୟାନ କରିବାକୁ ଚିମା ଅନୁରୋଧ କରିଥିଲେ। ମୋଦି ସାଙ୍ଗ୍ୟାଧାରୀ ସବୁ ବ୍ୟକ୍ତିଙ୍କୁ ଅପମାନିତ କରିବା ରାହୁଲଙ୍କ ଭାଷଣର ଉଦ୍ଦେଶ୍ୟ ଥିଲା କି ନାହିଁ ତାହା ମଧ୍ୟ ଅନୁଶୀଳନ କରାଯିବା ଆବଶ୍ୟକ ବୋଲି ଚିମା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri