Posted inଜାତୀୟ

ଦିବ୍ୟାଙ୍ଗଙ୍କ ପାଇଁ ବିଚାର ସର୍ଚ୍ଚ ପୋର୍ଟାଲ…

ନୂଆଦିଲ୍ଲୀ, ୨୪।୯ : ଦିବ୍ୟାଙ୍ଗଙ୍କ ପାଇଁ ନ୍ୟାୟିକ ବ୍ୟବସ୍ଥାରେ ଡିଜିଟାଲ ଭିତ୍ତିଭୂମିକୁ ଅଧିକ ସୁଗମ ତଥା ସହଜ କରିବାକୁ ସୁପ୍ରିମକୋର୍ଟର ଇ-କମିଟି କାର୍ଯ୍ୟ କରୁଛି। ସୁପ୍ରିମକୋର୍ଟର ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚ୍‌ୂଡ ଶନିବାର ଏହି ସୂଚନା ଦେଇଛନ୍ତି। ତୃତୀୟ ପ୍ରଫେସର ଶାମନାଦ ବଶିର ମେମୋରିଆଲ ଲେକଚର-୨୦୨୨ ରେ ଦିବ୍ୟାଙ୍ଗଙ୍କ ପାଇଁ ନ୍ୟାୟିକ ବ୍ୟବସ୍ଥା ସହ ଜଡିତ ବିଷୟ ଉପରେ ସେ ଏଭଳି କହିଛନ୍ତି। ସେ ଦୁଃଖ ପ୍ରକାଶ କରିଛନ୍ତି ଯେ ଆବଶ୍ୟକ ଆଇନ ସତ୍ତ୍ୱେ ଅନେକ ସରକାରୀ ତଥା ବେସରକାରୀ କୋଠା, ପରିବହନ, ପାର୍କ ଏବଂ ଅନ୍ୟାନ୍ୟ ସ୍ଥାନ ଦିବ୍ୟାଙ୍ଗଙ୍କ ପାଇଁ ଉପଲବ୍ଧ ନୁହେଁ।

ନ୍ୟାୟପାଳିକାକୁ ସେମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ଆମକୁ ଅନେକ କିଛି କରିବାକୁ ପଡିବ। ଏଥିପାଇଁ ଆମେ ସଠିକ ଦିଗରେ ଗତି କରୁଛୁ। ଉଲ୍ଲେଖନୀୟ କଥା ହେଉଛି, ଜଷ୍ଟିସ ଚନ୍ଦ୍ରଚ୍‌ୂଡ ମଧ୍ୟ ସୁପ୍ରିମକୋର୍ଟର ଇ-କମିଟିର ଅଧ୍ୟକ୍ଷ। ସେ କହିଛନ୍ତି ଯେ ଆଗାମୀ ଦିନରେ ସୁପ୍ରିମକୋର୍ଟ ନ୍ୟାଶନାଲ ଜୁଡିସିଆଲ ଡାଟା ଗ୍ରୀଡରେ ଅନ୍ତର୍ଭୁକ୍ତ ହେବେ। ଯାହା ପରେ ସର୍ବୋଚ୍ଚ ଅଦାଲତର ସମସ୍ତ ବିଚାର ଏକ ମାଗଣା ପାଠ୍ୟ ସନ୍ଧାନ ଫର୍ମାଟରେ ଉପଲବ୍ଧ ହେବ।

ଯାହା ଦ୍ୱାରା କୋର୍ଟଙ୍କର ନିଷ୍ପତ୍ତି ସମସ୍ତଙ୍କ ପାଇଁ ସହଜରେ ଉପଲବ୍ଧ ହୋଇ ପାରିବ। ଜଷ୍ଟିସ ଚନ୍ଦ୍ରଚୂଡ କହିଛନ୍ତି ଯେ ଜାତୀୟ ସୂଚନା କେନ୍ଦ୍ରର ସହଯୋଗରେ ସୁପ୍ରିମକୋର୍ଟର ଇ-କମିଟି ମଧ୍ୟ ଏକ ବିଚାର ସର୍ଚ୍ଚ ପୋର୍ଟାଲ ସୃଷ୍ଟି କରିଛି। ଏହା ମଧ୍ୟ ଦିବ୍ୟାଙ୍ଗଙ୍କ ପାଇଁ ସହାୟକ ହେବ। ଏହା ମାଧ୍ୟମରେ ୭୫ ଲକ୍ଷରୁ ଅଧିକ ଫିସଲା ମୁକ୍ତ ଏବଂ ସହଜରେ ଦିବ୍ୟାଙ୍ଗ ତଥା ଅନ୍ୟ ଲୋକଙ୍କ ପାଇଁ ମଧ୍ୟ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri