Posted inଜାତୀୟ

ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୯(ପି.ଟି.): ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ଙ୍କ ପାଇଁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ପ୍ରଦାନ ଲାଗି ସମ୍ବିଧାନର ୧୦୩ତମ ସଂଶୋଧନର ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ମଙ୍ଗଳବାର ସର୍ବୋଚ୍ଚ ଅଦାଲତ ଏ ସମ୍ପର୍କିତ ଏକାଧିକ ପିଟିଶନ୍‌ର ଶୁଣାଣି କରିବା ପରେ ରାୟ ସଂରକ୍ଷିତ ରଖିଛନ୍ତି। ଇଡବ୍ଲ୍ୟୁଏସ୍‌ କୋଟା ସମ୍ବିଧାନର ମୂଳ ଢାଞ୍ଚାକୁ ଉଲ୍ଲଂଘନ କରୁଛି କି ନାହିଁ ଏନେଇ ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ଶୁଣାଣି କରିଥିଲେ। ଏନେଇ ଅଦାଲତ ଦୀର୍ଘ ସାଢ଼େ ୬ ଘଣ୍ଟା ଧରି ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ, ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କ ସମେତ ବହୁ ବରିଷ୍ଠ ଆଇନଜୀବୀଙ୍କ ଯୁକ୍ତି ଶୁଣିଥିଲେ। ସାମ୍ବିଧାନିକ ପୀଠରେ ସିଜେଆଇଙ୍କ ବ୍ୟତୀତ ଜଷ୍ଟିସ୍‌ ଦୀନେଶ ମାହେଶ୍ୱରୀ, ଏସ୍‌. ରବୀନ୍ଦ୍ର ଭଟ୍ଟ, ବେଲା ଏମ୍‌. ତ୍ରିବେଦୀ, ଜେ.ବି. ପର୍ଡିଓ୍ବାଲା ରହିଛନ୍ତି। ଗତ ୧୩ ତାରିଖରେ ପ୍ରଥମେ ଶିକ୍ଷାବିତ୍‌ ମୋହନ ଗୋପାଳ ନିଜର ଯୁକ୍ତି ଉପସ୍ଥାପନ କରି ଇଡବ୍ଲ୍ୟୁଏସ୍‌ କୋଟାକୁ ବିରୋଧ କରିଥିଲେ। ସଂରକ୍ଷଣର ଧାରଣାକୁ ନଷ୍ଟ କରିଦେବା ଲାଗି ଏହା ଛଳନାତ୍ମକ ତଥା ପଛଦ୍ୱାର ଉଦ୍ୟମ ବୋଲି ସେ କହିଥିଲେ। ବରିଷ୍ଠ ଆଇନଜୀବୀ ରବି ବର୍ମା କୁମାର, ପି. ଓ୍ବିଲସନ, ମୀନାକ୍ଷୀ ଆରୋରା, ସଞ୍ଜୟ ପାରିଖ, କେ.ଏସ୍‌. ଚୌହାନ ପ୍ରମୁଖ କୋଟାକୁ ବିରୋଧ କରିଥିଲେ। ଏଥିରେ ଅନୁସୂଚିତ ଜାତି, ଜନଜାତି ଏବଂ ପଛୁଆ ବର୍ଗ ବାହାରେ ଥିବା ଗରିବଙ୍କୁ ସାମିଲ କରାଯାଉଥିବାରୁ ଏହା ସ୍ବଚ୍ଛଳ ବର୍ଗ ଧାରଣାକୁ ପ୍ରତିହତ କରୁଥିବା ସେମାନେ ଯୁକ୍ତି ଦର୍ଶାଇଥିଲେ। ଅନ୍ୟପକ୍ଷରେ ସଲିସିଟର ଜେନେରାଲ କହିଥିଲେ, ସାଧାରଣ ବର୍ଗରେ ରହିଥିବା ଦାରିଦ୍ର୍ୟ ଦୂରୀକରଣ ଲାଗି ସକାରାତ୍ମକ ପଦକ୍ଷେପ ନେବା କ୍ଷମତା ରାଷ୍ଟ୍ରର ରହିଛି। ସମ୍ବିଧାନ ସଂଶୋଧନ ଏହାର ମୂଳ ବିଶେଷତାକୁ ସୁଦୃଢ଼ କରୁଛି। କୌଣସି ପରିସଂଖ୍ୟାନରେ ଏହାର ବୈଧତାକୁ ପରୀକ୍ଷା କରାଯାଇପାରିବ ନାହିଁ ବୋଲି ସଲିସିଟର ଜେନେରାଲ କହିଥିଲେ। ‘ୟୁଥ୍‌ ଫର୍‌ ଇକ୍ୱାଲିଟି’ ନାମକ ଏନ୍‌ଜିଓ ପକ୍ଷରୁ ବରିଷ୍ଠ ଆଇନଜୀବୀ ଗୋପାଳ ଶଙ୍କରନାରାୟଣନ୍‌ ଇଡବ୍ଲ୍ୟୁଏସ୍‌ କୋଟାକୁ ସମର୍ଥନ କରିବା ସହ ଏହା ସଠିକ୍‌ ଦିଗରେ ଠିକ୍‌ ପଦକ୍ଷେପ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri