Posted inଜାତୀୟ

ସମ୍ଭଲରେ ନ୍ୟାୟିକ କମିଶନ

ସମ୍ଭଲ,୨ା୧୨(ପି.ଟି.): ଉତ୍ତରପ୍ରଦେଶର ସମ୍ଭଲରେ ଶାହି ଜାମା ମସ୍‌ଜିଦର ସର୍ଭେ ବେଳେ ନଭେମ୍ବର ୨୪ରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ନ୍ୟାୟିକ କମିଶନ୍‌ର ସଦସ୍ୟମାନେ ରବିବାର ସେଠାରେ ପହଞ୍ଚତ୍ଛନ୍ତି। ୩ ଜଣିଆ କମିଶନରେ ଆଲ୍ଲାହାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଦେବେନ୍ଦ୍ର କୁମାର ଆରୋରା, ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ଅରବିନ୍ଦ କୁମାର ଜୈନ ଏବଂ ପୂର୍ବତନ ଆଇଏଏସ୍‌ ଅଫିସର ଅମିତ୍‌ ମୋହନ ପ୍ରସାଦ ସଦସ୍ୟ ରହିଛନ୍ତି। ସେମାନଙ୍କ ସହ ମୋରାଦାବାଦ ଡିଭିଜନାଲ କମିଶନର, ଡିଆଇଜି, ସମ୍ଭଲ ଜିଲାପାଳ ଏବଂ ଏସ୍‌ପି ଉପସ୍ଥିତ ଥିଲେ। କମିଶନ ରବିବାର ହିଂସାକାଣ୍ଡ ଘଟିଥିବା ସ୍ଥାନ ପରିଦର୍ଶନ କରିଛନ୍ତି। ସେମାନେ ପୁଣିଥରେ ଆସିବେ ବୋଲି ଡିଭିଜନାଲ କମିଶନର ଗଣମାଧ୍ୟମକୁ କହିଛନ୍ତି। ଡିସେମ୍ବର ୧୦ ଯାଏ ସମ୍ଭଲରେ କଟକଣା ଜାରି ହୋଇଥିବାବେଳେ ତଥ୍ୟପ୍ରମାଣ ସଂଗ୍ରହ କରାଯିବା ସହ ବର୍ତ୍ତମାନ ସୁଦ୍ଧା ହିଂସାରେ ସମ୍ପୃକ୍ତ ୪୦୦ ଲୋକଙ୍କୁ ଚିହ୍ନଟ କରାଗଲାଣି।
ଗତ ୨୪ ତାରିଖରେ ମସ୍‌ଜିଦ ସର୍ଭେ ବେଳେ ହିଂସାତ୍ମକ ସଂଘର୍ଷ ଘଟି ୪ ଜଣଙ୍କ ମୃତ୍ୟୁ ହେବା ସହ ଅନେକେ ଆହତ ହୋଇଥିଲେ। ମସ୍‌ଜିଦ ବିବାଦ ନେଇ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ସମ୍ଭଲ କୋର୍ଟରେ ଜବାବ ଦାଖଲ କରାଯାଇଛି। ଉକ୍ତ ମସ୍‌ଜିଦ ଏକ ସୁରକ୍ଷିତ ଐତିହ୍ୟ ହୋଇଥିବାରୁ ଏହାର ନିୟନ୍ତ୍ରଣ ଏବଂ ପରିଚାଳନା ଦାୟିତ୍ୱ ହାତକୁ ନେବା ପାଇଁ ଏଏସ୍‌ଆଇ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri