Posted inଜାତୀୟ

ମୂସଓ୍ବୋଲା ହତ୍ୟାର ବିଚାର ବିଭାଗୀୟ ତଦନ୍ତ ହେବ

ଚଣ୍ଡିଗଡ଼,୩୧।୫: ପଞ୍ଜାବ ଓ ହରିୟାଣା ହାଇକୋର୍ଟର ଜଣେ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ବିଚାର ବିଭାଗୀୟ କମିଶନ ଲୋକପ୍ରିୟ ଗାୟକ ସିଦ୍ଧୁ ମୂସଓ୍ବୋଲା ହତ୍ୟା ଘଟଣାର ତଦନ୍ତ କରିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ସୋମବାର ଏହା ଘୋଷଣା କରିଛନ୍ତି। ଏଥିପାଇଁ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି। ତଦନ୍ତରେ ରାଜ୍ୟ ସରକାର ପୂର୍ଣ୍ଣ ସହଯୋଗ କରିବେ ଏବଂ ଆବଶ୍ୟକ ପଡ଼ିଲେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ତଦନ୍ତରେ ନିୟୋଜିତ କରାଯିବ ବୋଲି ମାନ୍‌ କହିଛନ୍ତି। ରବିବାର ଖବରଦାତା ସମ୍ମିଳନୀରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଭି.କେ. ଭଓରା ଦେଇଥିବା ସୂଚନା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି। ସିଦ୍ଧୁଙ୍କୁ ସେ ଗ୍ୟାଙ୍ଗଷ୍ଟର ସହ ଯୋଡ଼ି ନ ଥିବା କହିଛନ୍ତି।
ରବିବାର ରାତିରେ ୮ରୁ ୧୦ ଜଣ ଆକ୍ରମଣକାରୀ ସିଦ୍ଧୁଙ୍କୁ ୩୦ ରାଉଣ୍ଡରୁ ଅଧିକ ଗୁଳି ଚଳାଇଥିଲେ। ଘଟଣାସ୍ଥଳ ଛାଡ଼ି ପଳାଇବା ପୂର୍ବରୁ ଆକ୍ରମଣକାରୀ ସିଦ୍ଧୁ ବଞ୍ଚତ୍ଛନ୍ତି କି ନାହିଁ ଯାଞ୍ଚ କରିଥିଲେ ବୋଲି ପୋଲିସ ସୂତ୍ରରୁ କୁହାଯାଇଛି। ପୋଲିସ ୬ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଆକ୍ରମଣ ସ୍ଥଳରୁ ଏଏନ୍‌ ୯୪ ରୁଷିଆ ଆସଲ୍ଟ ରାଇଫଲ୍‌ର ଗୁଳି ଏବଂ ଏକ ପିସ୍ତଲ ମିଳିଛି। କାନାଡା ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାର୍‌ ଗତକାଲିର ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି। ଗୋଲ୍ଡି ବ୍ରାର୍‌ ଗ୍ୟାଙ୍ଗ ନେତା ଲରେନ୍ସ ବିଷ୍ଣୋଇଙ୍କ ଘନିଷ୍ଠ ସହଯୋଗୀ। ତିହାର ଜେଲ୍‌ରେ ଥିବା ବିଷ୍ଣୋଇ, ତାଙ୍କ ସହଯୋଗୀ ଏବଂ କାଲା ଜାଠେଡି ଓ କାଲା ରାଣାଙ୍କୁ ଦିଲ୍ଲୀ ପୋଲିସ ସ୍ପେଶାଲ ସେଲ୍‌ ପଚରାଉଚରା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri