Posted inଖେଳ

ଜୁଡୋକା ଦୀପାଂଶୁ ୨୨ମାସ ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୨୬ା୮ (ପି.ଟି.)-ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ଡିସିପ୍ଲିନାରୀ ପ୍ୟାନେଲ ଭାରତୀୟ ଜୁଡୋକା ଦୀପାଂଶୁ ବାଲାୟନଙ୍କୁ ୨୨ ମାସ ପାଇଁ ସସ୍‌ପେଣ୍ଡ କରିଛି। ସେ ନିଷିଦ୍ଧ ଦ୍ରବ୍ୟ ଫୁରୋସେମାଇଡ୍‌ ବ୍ୟବହାର କରିଥିଲେ, ଯାହାକି ଏକ ଡ୍ୟୁରେଟିକ୍‌ ମେଡିସିନ୍‌। ଏସିଆନ ଜୁନିୟର ଜୁଡୋ ଚାମ୍ପିୟନଶିପ୍‌ ପାଇଁ ଗତବର୍ଷ ଜୁନ୍‌ରେ ଭୋପାଳଠାରେ ଟ୍ରାଏଲ୍‌ ବେଳେ ଦୀପାଂଶୁଙ୍କଠାରୁ ସାମ୍ପଲ ସଂଗ୍ରହ କରାଯାଇଥିଲା। ଟ୍ରାଏଲ ବେଳେ ସେ ୯୦କେଜି କାଟେଗୋରି ଜିତିଥିଲେ। ବାଲାୟନ ଜ୍ଞାତସାରରେ ଡୋପ୍‌ ଅପରାଧ କରିଛନ୍ତି ବୋଲି ପ୍ରମାଣ ଦେବାରେ ନାଡା ବିଫଳ ହୋଇଥିଲା। ତେଣୁ ପ୍ୟାନେଲ ନିୟମାବଳୀ ଧାରା ୧୦.୨.୦ ଅନୁସାରେ ୪ ବର୍ଷ ପରିବର୍ତ୍ତେ ଆଥଲେଟ୍‌ଙ୍କୁ ୨୨ ମାସ ସସ୍‌ପେଣ୍ଡ କରିଥିଲା। ଦୀପାଂଶୁ ୨୦୧୯ ଅକ୍ଟୋବର ୧୭ରୁ ସାମୟିକ ସସ୍‌ପେଣ୍ଡ ହୋଇଥିଲେ। ଫଳରେ ତାଙ୍କୁ ଆଉ ୧ ବର୍ଷ ଏବଂ ୧୦ମାସ ଦଣ୍ଡ ଭୋଗିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri