୫ ବର୍ଷ ପରେ କ୍ୟାବିନେଟ୍‌କୁ ଫେରିଲେ ଜୁଏଲ

ଭୁବନେଶ୍ୱର, ୧୧।୬(ସୁନିତ୍‌ ମିଶ୍ର):କେନ୍ଦ୍ରରେ ଗଠନ ହୋଇଥିବା ନୂଆ ଏନ୍‌ଡିଏ ସରକାରରେ ଓଡ଼ିଶାରୁ ୩ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପଦ ମିଳିଛି। ଗତ ମନ୍ତ୍ରିମଣ୍ଡଳରେ ପୂର୍ବରୁ ରହିଆସିଥିବା ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ସାମିଲ ହୋଇଥିବା ବେଳେ ଜୁଏଲ ଓରାମଙ୍କୁ ୫ ବର୍ଷ ପରେ ପୁଣି ସୁଯୋଗ ମିଳିଛି। ସେ ତାଙ୍କର ପୁରୁଣା ମନ୍ତ୍ରଣାଳୟ ଆଦିବାସୀ ବ୍ୟାପାର ପାଇଛନ୍ତି।
ଲୋକ ସଭା ଆସନରୁ କ୍ରମାଗତ ବିଜୟୀ ହୋଇଆସୁଥିବା ଜୁଏଲଙ୍କୁ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ମନ୍ତ୍ରୀ ପଦ ମିଳି ନ ଥିଲା। ସେହି ସମୟରେ ଅର୍ଜୁନ ମୁଣ୍ଡାଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଥିବା ଜୁଏଲ ୧୯୯୮ରେ ପ୍ରଥମ କରି ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ଅଟଳ ବିହାରୀ ବାଜପେୟୀଙ୍କ ସରକାର ଦ୍ୱାରା ନୂଆକରି ଗଢ଼ା ଯାଇଥିବା ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟରେ ତାଙ୍କୁ ମନ୍ତ୍ରୀ ପଦ ମିଳିଥିଲା। ୨୦୦୪ରେ ସେ ତୃତୀୟ ଥର ଲାଗି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ହାରିଯାଇଥିଲେ। ୨୦୧୪, ୨୦୧୯ ଏବଂ ୨୦୨୪ରେ ସେ ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ନିର୍ବାଚିତ ହୋଇଛନ୍ତି। ୨୦୧୪ରେ ମୋଦି ସରକାରଙ୍କ ପ୍ରଥମ ପାଳିରେ ଜୁଏଲ ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଶପଥ ନେଇଥିଲେ। ତେବେ ସମ୍ବଲପୁର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ଧର୍ମେନ୍ଦ୍ରଙ୍କୁ ପୂର୍ବ ଭଳି ଶିକ୍ଷା ମନ୍ତ୍ରଣାଳୟ ଦିଆଯାଇଛି। ଧର୍ମେନ୍ଦ୍ର ୨୦୧୪ରୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୧୭ରେ ତାଙ୍କୁ ରାଷ୍ଟ୍ର ପାହ୍ୟାରୁ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ପଦୋନ୍ନତି ମିଳିଥିଲା। ୨୦୧୯ରେ ସେ ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପୁଣିଥରେ ସମାନ ମନ୍ତ୍ରଣାଳୟ ସହିତ ଇସ୍ପାତ ମନ୍ତ୍ରଣାଳୟର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ୨୦୨୧ରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ତାଙ୍କୁ ଶିକ୍ଷା ମନ୍ତ୍ରଣାଳୟ ଦାୟିତ୍ୱ ଦିଆଯାଇଥିଲା। ଏହାପରେ ୨୦୨୪ରେ ସେ ପୁନର୍ବାର ସମାନ ମନ୍ତ୍ରଣାଳୟ ଦାୟିତ୍ୱ ପାଇଛନ୍ତି। ଅନୁରୂପ ଭାବେ ରାଜ୍ୟ ସଭା ସଦସ୍ୟ ଅଶ୍ୱିନୀଙ୍କୁ ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ଦୁଇଥର ରାଜ୍ୟ ସଭାକୁ ମନୋନୀତ ହୋଇଛନ୍ତି। ସେ ପ୍ରଥମ ଥର ୨୦୨୧ରେ ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ହୋଇଥିଲେ। ଏହାପରେ ସେ ପୁଣିଥରେ ନୂଆ ମନ୍ତ୍ରିମଣ୍ଡଳରେ ସମାନ ଦାୟିତ୍ୱ ସହିତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ପାଇଛନ୍ତି। ଉଲ୍ଲେଖଯୋଗ୍ୟ, ଓଡ଼ିଶାରୁ ମନ୍ତ୍ରୀ ଦାୟିତ୍ୱରେ ଥିବା ବିଶ୍ୱେଶ୍ୱର ଟୁଡୁଙ୍କୁ ଦଳ ସଦ୍ୟ ସମାପ୍ତ ନିର୍ବାଚନରେ ଟିକେଟ ଦେଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?