ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର ନାଏକ ମନୋନୀତ ହୋଇଛନ୍ତି। ସମ୍ପାଦକ ପଦ ପାଇଁ ନାମ ଘୋଷଣା ହେବା ତାଙ୍କ ସମର୍ଥକଙ୍କ ମହଲରେ ଖୁସିର ଲହରୀ ଖେଳି ଯାଇଛି। ଯୁଗଳ ପୂର୍ବରୁ ଯୁବ ବିଜେଡିର ତେରେସିଂହା ଗ୍ରା.ପ. ସଭାପତି, କର୍ଲାମୁଣ୍ଡା ବ୍ଲକର ଯୁବ ସଭାପତି, ଜିଲାର ଉପସଭାପତି ଥିଲେ। ଏହା ପରେ ବିଜୁ ଜନତା ଦଳ କର୍ଲାମୁଣ୍ଡା ବ୍ଲକ ସଭାପତି ଭାବରେ କାର୍ଯ୍ୟ କରି ଆସୁଥିଲେ। ଏବେ ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବରେ ନିଯୁକ୍ତି ପାଇଛନ୍ତି। ଆଗାମୀ ଦିନରେ ତାଙ୍କ ନେତୃତ୍ୱରେ ଦଳ ବ୍ଲକ ସ୍ତରରେ ଆହୁରି ସଙ୍ଗଠିତ ହୋଇ ସଫଳତା ହାସଲ କରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି। ଯୁଗଳଙ୍କ ଜିଲା ସମ୍ପାଦକ ହେବା ଜାଣି ବିଭିନ୍ନ ମହଲରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ସୁଟୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?