Posted inଖେଳ

ଜଗରନଟ୍ସ ଆଜି ଚେନ୍ନାଇକୁ ଭେଟିବ

ଭୁବନେଶ୍ୱର, ୨୪।୮ (କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌ରେ ଓଡ଼ିଶା ଜଗରନଟ୍ସ ବୁଧବାର ଚେନ୍ନାଇ କୁଇକ୍‌ ଗନ୍ସକୁ ଭେଟିବ। ଭୁବନେଶ୍ୱରଭିତ୍ତିକ ଫ୍ରାଞ୍ଚାଇଜ୍‌ ଜଗରନଟ୍ସ ଓ ଚେନ୍ନାଇ ମଧ୍ୟରେ ଏହା ହେବ ଚଳିତ ସିଜନର ଦ୍ୱିତୀୟ ମୁକାବିଲା। ପୂର୍ବରୁ ଅଗଷ୍ଟ ୧୫ରେ ଜଗରନଟ୍ସ ଏହାର ପ୍ରଥମ ମ୍ୟାଚରେ ଚେନ୍ନାଇ ଦଳକୁ ୮ (୫୧-୪୩) ପଏଣ୍ଟରେ ପରାସ୍ତ କରିଥିଲା। ଏପର୍ଯ୍ୟନ୍ତ ଓଡ଼ିଶାର ଏହି ଦଳ ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରି ଆସିଛି। ନିଜର ଦ୍ୱିତୀୟ ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସଠାରୁ ମାତ୍ର ୫ ପଏଣ୍ଟରେ ହାରିବା ପରେ ଦଳ ସଫଳ ପ୍ରତ୍ୟାବର୍ତ୍ତନ କରିଛି। ପରବର୍ତ୍ତୀ ମ୍ୟାଚରେ ରାଜସ୍ଥାନ ଓ୍ବାରିୟର୍ସକୁ ୧୯ (୬୫-୪୬) ପଏଣ୍ଟରେ ହରାଇବା ପରେ ଦଳ ଆଉ ପଛକୁ ଫେରି ଚାହିଁନାହିଁ। ଏହାପର ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସକୁ ହରାଇ ପରାଜୟର ମଧୁର ପ୍ରତିଶୋଧ ନେଇଛି। ଦଳ ଏ ପର୍ଯ୍ୟନ୍ତ ୪ଟି ମ୍ୟାଚ ଖେଳି ୩ ବିଜୟ ଓ ୧ ପରାଜୟ ସହ ୯ ପଏଣ୍ଟ ପାଇଛି।
ତେଲ୍‌ଗୁ ଯୋଦ୍ଧାସ ବିଜୟୀ ମଙ୍ଗଳବାର ଅନୁଷ୍ଠିତ ଏକ ମ୍ୟାଚରେ ତେଲ୍‌ଗୁ ଯୋଦ୍ଧାସ ୧୨ (୫୫-୪୩) ପଏଣ୍ଟରେ ମୁମ୍ବାଇ ଖିଲାଡିଜ୍‌କୁ ପରାସ୍ତ କରିଛି। ୫ ମ୍ୟାଚରୁ ତେଲ୍‌ଗୁ ଯୋଦ୍ଧାସର ଏହା ଥିଲା ୪ର୍ଥ ବିଜୟ। ଅନ୍ୟଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଚେନ୍ନାଇ କୁଇକ୍‌ ଗନ୍ସ ମାତ୍ର ୨ (୫୩-୫୧) ପଏଣ୍ଟରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?