ଫିଲ୍ମ ଷ୍ଟାଇଲ୍‌ରେ ପ୍ରେମରେ ପଡ଼ିଥିଲେ ଜୁହି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜୁହି ଚାଓ୍ବାଲାଙ୍କ ଆଜି ହେଉଛି ଜନ୍ମଦିନ। ୧୯୬୭ ମସିହା ନଭେମ୍ବର ୧୩ରେ ଜୁହି ହରିୟାଣାର ଅମ୍ବାଲାରେ ଜନ୍ମ ହୋଇଥିଲେ। ଅନେକ ସୁପରହିଟ୍‌ ଫିଲ୍ମରେ କାମ କରିଥିବା ଜୁହିଙ୍କ ପ୍ରେମ ବି ଠିକ୍‌ ଫିଲ୍ମ ପରି। ଆଜିର ଏହି ଖାସ୍‌ ଦିନରେ ଜୁହିଙ୍କ ବିଷୟରେ ଜାଣନ୍ତୁ କିଛି ଲୁକ୍କାୟିତ କଥା…

୧୯୯୨ରେ ଜୁହି ଫିଲ୍ମ ‘କାରୋବାର’ର ଶୁଟିଂ କରୁଥିଲେ। ଏହି ସମୟରେ ନିର୍ଦ୍ଦେଶକ ରାକେଶ ରୋଶନ ଏବଂ ବ୍ୟବସାୟୀ ଜୟ ମେହେଟ୍ଟା ବହୁତ ଭଲ ବନ୍ଧୁ ଥିଲେ। ଶୁଟିଂ ସମୟରେ ରାକେଶ ଜୁହି ଏବଂ ଜୟଙ୍କର ଭେଟ କରାଇଥିଲେ। ଏହା ପରେ ଜୁହି ଜୟଙ୍କ ସହ ଅନେକ ଥର ଭେଟ ହୋଇଛନ୍ତି। କିନ୍ତୁ ସେତେବେଳେ ଦୁହିଁଙ୍କ ମଧ୍ୟରେ କୌଣସି ପ୍ରେମ ସମ୍ପର୍କ ନ ଥିଲା। ମାତ୍ର ଯେତେବେଳେ ଜୁହି ଜାଣିଥିଲେ କି ଜୟଙ୍କ ସ୍ତ୍ରୀ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି ସେତେବେଳେ ଜୟଙ୍କ ପ୍ରତି ତାଙ୍କ ବ୍ୟବହାର ବଦଳି ଯାଇଥିଲା। ଏହାପରଠାରୁ ଦୁହିଁଙ୍କ ମଧ୍ୟରେ ବନ୍ଧୁତା ଆଗକୁ ବଢ଼ିଥିଲା।

ପ୍ରଥମେ ପ୍ରେମ ପରେ ବିବାହ କଥା ଉଠିଥିଲା। ସେତେବେଳେ ଜୁହିଙ୍କ ମା’ଙ୍କର ଏକ କାର୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏଥିରେ ଜୁହି ପୂରା ଭାଙ୍ଗି ପଡ଼ିଥିଲେ। ତେଣୁ ବିବାହ କରିବେ କି ନାହିଁ ନିଷ୍ପତ୍ତି ନେଇପାରି ନ ଥିଲେ। ଏହି ସମୟରେ ଜୁହିଙ୍କୁ ବହୁତ ସାହାଯ୍ୟ କରିଥିଲେ ଜୟ। ଶେଷରେ ୧୯୯୫ରେ ଜୁହି ଜୟଙ୍କୁ ବିବାହ କରିଥିଲେ। ତାଙ୍କର ଗୋଟିଏ ଝିଅ ଏବଂ ଗୋଟିଏ ପୁଅ ଅଛନ୍ତି।

ଜୁହି ୧୯୮୬ରେ ଫିଲ୍ମ ‘ସଲତ୍‌ନତ୍‌’ ଜରିଆରେ ବଲିଉଡ୍‌ରେ ପାଦ ରଖିଥିଲେ। ଏହି ଫିଲ୍ମଟି ସେତେବେଳେ ସୁପରଫ୍ଲପ୍‌ ହୋଇଥିଲା। ଏହାର ଦୁଇ ବର୍ଷ ପରେ ‘କୟାମତ ସେ କୟାମତ ତକ୍‌’ରେ ନଜର ଆସିଥିଲେ। ଏହି ଫିଲ୍ମରୁ ଜୁହି ରାତାରାତି ଲୋକପ୍ରିୟ ହୋଇଥିଲେ। ଏହା ପରଠାରୁ ଜୁହି ଦର୍ଶକଙ୍କୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?