ଜେଲରେ ଜୁମା, ପ୍ରତିବାଦରେ ଅରାଜକତା

ଜୋହାନ୍ସବର୍ଗ/ଡର୍ବାନ,୧୪ା୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜାକୋବ ଜୁମା ଦୁର୍ନୀତି ମାମଲାରେ ଜେଲ୍‌ ଯିବା ପରେ ଦେଶର ବିଭିନ୍ନ ଭାଗରେ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ତାଙ୍କ ଗିରଫଦାରି ପ୍ରତିବାଦରେ ଗତ ସପ୍ତାହରେ ଆରମ୍ଭ ହୋଇଥିବା ବିକ୍ଷୋଭ କ୍ରମଶଃ ହିଂସ୍ର ହେବାରେ ଲାଗିଛି। ଲୋକେ ପୋଡ଼ାଜଳା, ଭଙ୍ଗାରୁଜା ଓ ଲୁଟ୍‌ରେ ମାତିଥିବାବେଳେ ସେମାନଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଓ ସେନା ପକ୍ଷରୁ ବଳ ପ୍ରୟୋଗ କରାଯାଇଛି। ବିକ୍ଷୋଭକାରୀ ଓ ସୁରକ୍ଷା ବଳ ମଧ୍ୟରେ ସଂଘର୍ଷ ଘଟି ୪୫ ଜଣଙ୍କ ମୃତ୍ୟୁ ଘଟିଲାଣି। ମୃତକଙ୍କ ମଧ୍ୟରୁ ଅଧିକାଂଶ ଗଉଟେଙ୍ଗ୍‌ ଓ କ୍ୱାଜୁଲୁ-ନାଟାଲ ପ୍ରଦେଶର। ଏହି ଦୁଇ ପ୍ରଦେଶରେ ଲୋକେ ଦୋକାନଗୁଡ଼ିକରୁ ଖାଦ୍ୟ, ବୈଦ୍ୟୁତିକ ଉପକରଣ, ମଦ ଓ ବସ୍ତ୍ର ଚୋରି କରୁଥିବାବେଳେ ଦଳାଚକଟା ଏବଂ ଦଙ୍ଗା ସୃଷ୍ଟି ହୋଇଛି। ପ୍ରକାଶ ଯେ, ଜାକୋବ ଜୁମା ୨୦୦୯ରୁ ୨୦୧୮ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଥିବାବେଳେ ବ୍ୟାପକ ଦୁର୍ନୀତି କରିଥିବା ଅଭିଯୋଗ ହୋଇଥିଲା। ଉକ୍ତ ମାମଲାର ଶୁଣାଣି ବେଳେ ସେ କୋର୍ଟରେ ହାଜର ହେବାକୁ ମନା କରିଦେଇଥିଲେ। ଫଳରେ ତାଙ୍କୁ ଅଦାଲତ ଅବମାନନା ମାମଲାରେ ୧୫ ମାସ ଜେଲ ଦଣ୍ଡାଦେଶ ଦିଆଯାଇଛି। ଗତ ଗୁରୁବାର ଜୁମା ଏହି ଦଣ୍ଡାଦେଶ ଭୋଗିବା ପାଇଁ ଜେଲ ଯାଇଛନ୍ତି। ଏହାର ପ୍ରତିବାଦରେ ଚାଲିଥିବା ହିଂସାମତ୍କ ଆନ୍ଦୋଳନରେ ସମ୍ପୃକ୍ତ ଶତାଧିକ ଲୋକ ଗିରଫ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri