କାହା ଚାପରେ ଚୁପ୍‌ ଜୁନାଗଡ଼ ପୋଲିସ-ଶିକ୍ଷା ବିଭାଗ, ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଭବାନୀପାଟଣା, ୧୦।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେରଙ୍କ ସ୍ତ୍ରୀ ସୁମିତ୍ରା ମେହେର ତାଙ୍କ ସ୍ବାମୀଙ୍କୁ ମିଥ୍ୟା ଅଭିଯୋଗରେ ଫସାଯାଇଥିବା ନେଇ ଜୁନାଗଡ଼ ଥାନାରେ ଗତ ୩ ତାରିଖ ଏକ ଏତଲା ଦେଇଥିଲେ।  ଏତଲାରେ ସେ ସ୍କୁଲର ୩ ଜଣ ସହକାରୀ ଶିକ୍ଷକ ଯିଶୁ ଗୋପାଳ, ସାମନ୍ତ ମେହେର ଓ ଓମ ମେହେର ମିଶି ସ୍କୁଲର ଛୋଟ ଛୋଟ ଝିଅମାନଙ୍କ ମାଧ୍ୟମରେ ଉପରୋକ୍ତ ମିଥ୍ୟା ଅଭିଯୋଗ ଆଣି ତାଙ୍କ ସ୍ବାମୀଙ୍କୁ ଫସାଇଥିବା ଦର୍ଶାଇଥିଲେ । ସୁମିତ୍ରାଙ୍କ ଅଭିଯୋଗ ପରେ ଜୁନାଗଡ଼ ପୋଲିସ ଉପରୋକ୍ତ ୩ ଶିକ୍ଷକ ସମେତ ସମୁଦାୟ ୬ ଜଣଙ୍କ ନାମରେ ଏକ ମାମଳା ନଂ (୫୮୦/୨୫ ) ରୁଜୁ କରିଥିଲା। ହେଲେ ଇତିମଧ୍ୟରେ ଏହି ଘଟଣାର ସପ୍ତାହ ବିତିଯାଇଥିଲେ ମଧ୍ୟ ଉପରୋକ୍ତ ଶିକ୍ଷକଙ୍କ ଉପରେ ପୋଲିସ କି ଶିକ୍ଷା ବିଭାଗ କାର୍ଯ୍ୟନୁଷ୍ଠାନ ନ ନେବାକୁ ନେଇ ସାଧାରଣରେ ଉଦବେଗ ପ୍ରକାଶ ପାଇଛି। କେବଳ ତଦନ୍ତ ଚାଲିଛି କହି ପୋଲିସ ଓ ଶିକ୍ଷା ବିଭାଗ ନିଜ ଦୋଷ ଖସାଉଛନ୍ତି।
ସୂଚନାଯୋଗ୍ୟ, ପ୍ରଧାନଶିକ୍ଷକଙ୍କ ନାମରେ ଅଭିଯୋଗ ହେବା ପରେ ୨୪ ଘଣ୍ଟା ମଧ୍ୟରେ ତତ୍ପରତା ଦେଖାଇ ପୋଲିସ ତାଙ୍କୁ ଗିରଫ କରିଥିବାବେଳେ ଶିକ୍ଷା ବିଭାଗ ନିଲମ୍ବିତ କରିଥିଲା। ହେଲେ ପ୍ରଧାନ ଶିକ୍ଷକଙ୍କ ସ୍ତ୍ରୀ ଏତଲା ଦେବାର ସପ୍ତାହ ପରେ ବି ଉଭୟ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି। ତେବେ କାହା ଚାପରେ ଜୁନାଗଡ଼ ପୋଲିସ ଓ ଶିକ୍ଷା ବିଭାଗ ଚୂପ୍‌ ରହି ଉପରୋକ୍ତ ଶିକ୍ଷକଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନେବାକୁ ମଣୁ ନାହାନ୍ତି ତାହାକୁ ନେଇଁ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସହକାରୀ ଶିକ୍ଷକ ଯିଶୁ ଗୋପାଳଙ୍କ ଉପରେ ଜୁନାଗଡ଼ର ଏକ ଆତ୍ମଘୋଷିତ ବରିଷ୍ଠ ସାମାଜିକ କର୍ମୀଙ୍କ ହାତ ରହିଥିବାରୁ ଉଭୟ ପୋଲିସ ଓ ଶିକ୍ଷା ବିଭାଗ ଏହି ଘଟଣାରେ କାର୍ଯ୍ୟନୁଷ୍ଠାନ ନେଉ ନ ଥିବା ଏବେ ଚର୍ଚ୍ଚା ଜୋର ଧରିଛି। ଏହି ଘଟଣାରେ ଉଭୟ ପୋଲିସ ଓ ଶିକ୍ଷା ବିଭାଗ ଅଧିକାରୀଙ୍କ ଫୋନ କଲ ଯାଞ୍ଚ କରାଗଲେ ପ୍ରକୁତ ରହସ୍ୟ  ସାମ୍ନାକୁ ଆସନ୍ତା ବୋଲି ସାଧାରଣ ରେ ମତ ପ୍ରକାଶ ପାଇଛି। କଳାହାଣ୍ଡି ଜିଲାପାଳ ତଥା ଏସପି ଏହି ଘଟଣାର ତଦନ୍ତ କରି ବାକୁ  ଦାବି ହେଉଛି।

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri